Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

19 ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲିୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେମାନେ ଉତ୍ତର ଦେଲେ, “କେହି କେହି କହନ୍ତି, ଆପଣ ଦ୍ରାକ୍ଷାଲତା ଯୋହନ; ଅନ୍ୟମାନେ କହନ୍ତି, ଆପଣ ଏଲିୟ; ଆଉ ଅନ୍ୟମାନେ କହନ୍ତି ଯେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ଜୀବନ ଲାଭ କରିଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ଉତ୍ତର ଦେଲେ, “କେତେକ କହୁଛନ୍ତି ଯେ ଆପଣ ବାପ୍ତିଜକ ଯୋହନ। କେତେକ କହୁଛନ୍ତି ଯେ ଆପଣ ଏଲିୟ। ଏବଂ ଅନ୍ୟ କେତେକ କହୁଛନ୍ତି ଯେ ଆପଣ କାଳ ପୂର୍ବେ ଥିବା ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରୁ ପୁନର୍ବାର ବଞ୍ଚି ଉଠିଥିବା କୌଣସି ଏକ ଭବିଷ୍ୟ‌ଦ୍‌ବକ୍ତା।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:19
12 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।


କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।


ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।


ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।


ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ।


ସେମାନେ ତାହାଙ୍କୁ ପଚାରିଲେ, ଆପଣ ଯଦି ଖ୍ରୀଷ୍ଟ ବା ଏଲୀୟ ବା ସେହି ଭାବବାଦୀ ନୁହଁନ୍ତି, ତାହାହେଲେ କାହିଁକି ବାପ୍ତିସ୍ମ ଦେଉଅଛନ୍ତି?


ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦିୟା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,


ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି।


ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”


ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”


Swiv nou:

Piblisite


Piblisite