Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି ଯେ, ଈଶ୍ୱରଙ୍କ ରାଜ୍ୟ ଦେଖିବା ପର୍ଯ୍ୟନ୍ତ ଏଠାରେ ଥିବା ଲୋକମାନଙ୍କ ମଧ୍ୟରୁ କେତେକ ମୃତ୍ୟୁ ଭୋଗ କରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

27 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠାରେ ଠିଆ ହୋଇଥିବା କେତେକ ଲୋକ ମୃତ୍ୟୁ ପୂର୍ବରୁ ପରମେଶ୍ୱରଙ୍କ ରାଜ୍ୟ ଦେଖିବେ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:27
11 Referans Kwoze  

ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”


ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ବରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ।


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”


କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।


ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି।


ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।


ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;


Swiv nou:

Piblisite


Piblisite