Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହିସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ଘେନି ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଏସବୁ କହିବାର ପ୍ରାୟ ଏକ ସପ୍ତାହ ପରେ ଯୀଶୁ ପିତର, ଯୋହନ ଓ ଯାକୁବଙ୍କୁ ସଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଏକ ପାହାଡ଼ ଉପରକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

28 ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:28
18 Referans Kwoze  

ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ।


ମୋʼ ପ୍ରେମ ପାଲଟେ ସେମାନେ ମୋହର ବିପକ୍ଷ ହୋଇଅଛନ୍ତି; ମାତ୍ର ମୁଁ ପ୍ରାର୍ଥନାରେ ପ୍ରବୃତ୍ତ।


ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”


ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି, ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ।


ସେମାନଙ୍କଠାରୁ ବିଦାୟ ନେଲା ଉତ୍ତାରେ ଯୀଶୁ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ଗଲେ।


ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ।


ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ


ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”


ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,


ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।


ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ।


ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।


ସେଥିରେ ଯୀଶୁ ପର୍ବତ ଉପରକୁ ଯାଇ ଆପଣା ଶିଷ୍ୟମାନଙ୍କ ସହିତ ସେଠାରେ ବସିଲେ।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


Swiv nou:

Piblisite


Piblisite