Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରା; ଥିଲେ; କିନ୍ତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଜାଗ୍ରତ ହୁଅନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ବ୍ୟକ୍ତିଙ୍କି ଦେଖିଲେ।

Gade chapit la Kopi

ଓଡିଆ ବାଇବେଲ

32 ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ଗାଢ଼ ନିଦ୍ରା ଯାଇଥିଲେ; କିନ୍ତୁ ସେମାନେ ଚେଇଁ ଉଠି ଯୀଶୁଙ୍କର ଗୌରବୋଜ୍ଜ୍ୱଳ ରୂପାନ୍ତର ଓ ତାଙ୍କ ସହିତ ଠିଆ ହୋଇଥିବା ଦୁଇ ବ୍ୟକ୍ତିଙ୍କୁ ଦେଖିଲେ।

Gade chapit la Kopi

ପବିତ୍ର ବାଇବଲ

32 ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ:

Gade chapit la Kopi




ଲୂକ ଲିଖିତ ସୁସମାଚାର 9:32
13 Referans Kwoze  

ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।


ସେ ମୋତେ କଥା କହୁ କହୁ ମୁଁ ଭୂମି ଆଡ଼େ ମୁଖ କରି ଘୋର ନିଦ୍ରାଗ୍ରସ୍ତ ହେଲି; ମାତ୍ର ସେ ସ୍ପର୍ଶ କରି ମୋତେ ଠିଆ କରାଇଲେ।


ତଥାପି ମୁଁ ତାଙ୍କ ବାକ୍ୟର ରବ ଶୁଣିଲି; ଆଉ, ଯେତେବେଳେ ମୁଁ ତାଙ୍କ ବାକ୍ୟର ରବ ଶୁଣିଲି, ସେତେବେଳେ ମୁଁ ଉବୁଡ଼ ହୋଇ ଘୋର ନିଦ୍ରାରେ ପଡ଼ିଥିଲି।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ।


ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।


ଦିବସରେ ସୂର୍ଯ୍ୟ ତୁମ୍ଭର ଜ୍ୟୋତିଃ ଆଉ ହେବ ନାହିଁ, କିଅବା ଆଲୁଅ ନିମନ୍ତେ ଚନ୍ଦ୍ର ତୁମ୍ଭକୁ ଜ୍ୟୋତ୍ସ୍ନା ଦେବ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭ ପ୍ରତି ଅନନ୍ତକାଳସ୍ଥାୟୀ ଜ୍ୟୋତିଃ ଓ ତୁମ୍ଭର ପରମେଶ୍ୱର ତୁମ୍ଭର ଗୌରବ ସ୍ୱରୂପ ହେବେ।


ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।


ପୁନଶ୍ଚ ସେ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ, କାରଣ ସେମାନଙ୍କ ଆଖି ମାଡ଼ିପଡ଼ୁଥିଲା, ଆଉ ସେମାନେ ତାହାଙ୍କୁ କି ଉତ୍ତର ଦେବେ, ତାହା ଜାଣି ନ ଥିଲେ।


Swiv nou:

Piblisite


Piblisite