Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:47 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 କିନ୍ତୁ ଯୀଶୁ ସେମାନଙ୍କୁ ମନର ତର୍କବିତର୍କ ଜ୍ଞାତ ହୋଇ ଗୋଟିଏ ସାନ ପିଲାକୁ ଘେନି ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

47 ସେମାନେ କ’ଣ ଚିନ୍ତା କରୁଥିଲେ, ଯୀଶୁ ତାହା ଜାଣିପାରି ଗୋଟିଏ ଶିଶୁକୁ ନେଇ ତାକୁ ପାଖରେ ଛିଡ଼ା କରାଇଲେ

Gade chapit la Kopi

ପବିତ୍ର ବାଇବଲ

47 ଯୀଶୁ ସେମାନଙ୍କର ମନଭାବ ଜାଣିଗଲେ। ତେଣୁ ସେ ଗୋଟିଏ ଛୋଟ ପିଲାକୁ ନିଜ ପାଖରେ ଠିଆ କରାଇଲେ।

Gade chapit la Kopi




ଲୂକ ଲିଖିତ ସୁସମାଚାର 9:47
17 Referans Kwoze  

ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।


ହେ ପରମେଶ୍ୱର, ମୋହର ଅନୁସନ୍ଧାନ କର ଓ ମୋʼ ଅନ୍ତଃକରଣର ପରିଚୟ ନିଅ; ମୋତେ ପରୀକ୍ଷା କର ଓ ମୋହର ସଂକଳ୍ପସବୁ ଜ୍ଞାତ ହୁଅ;


ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।


କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?


ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ?


“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”


ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ।


ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ।


ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।


ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କଅଣ ଅଛି, ତାହା ସେ ଆପେ ଜାଣିଥିଲେ।


ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ, ପୁଣି, ଅନେକେ ତାହାଙ୍କ ପଛେ ପଛେ ଗଲେ, ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ


Swiv nou:

Piblisite


Piblisite