Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:58 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

58 ଯୀଶୁ ତାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ।

Gade chapit la Kopi

ଓଡିଆ ବାଇବେଲ

58 ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର (ଯୀଶୁ) ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

58 ଯୀଶୁ ତାକୁ କହିଲେ, “କୋକିଶିଆଳୀମାନଙ୍କର ଗାତ ଅଛି, ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

58 ଯୀଶୁ ତାହାକୁ କହିଲେ, “କୋକିଶିଆଳିର ରହିବା ପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ୟପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:58
9 Referans Kwoze  

ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।”


ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?


ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।


ତାହା ତ ସବୁ ବୀଜଠାରୁ କ୍ଷୁଦ୍ର, ମାତ୍ର ତାହା ବଢ଼ିଲେ ସବୁ ଶାକଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି।”


Swiv nou:

Piblisite


Piblisite