Biblia Todo Logo
Bib sou entènèt

- Piblisite -




ଲୂକ ଲିଖିତ ସୁସମାଚାର 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, କେହି କେହି ଏଲୀୟ ଦର୍ଶନ ଦେଇଅଛନ୍ତି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି ବୋଲି କହୁଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, କେହି କେହି ଏଲିୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଅନ୍ୟମାନେ ଏଲିୟ ଆବିର୍ଭୂତ ହୋଇଛନ୍ତି ବୋଲି ଏବଂ ଆହୁରି କେତେକ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ଜୀବିତ ହୋଇଛନ୍ତି ବୋଲି କହୁଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ଆଉ କେତେକ କହୁଥିଲେ, “ଏଲିୟ ଆମ୍ଭ ପାଖରେ ପ୍ରକଟିତ ହୋଇଛନ୍ତି।” ଅନ୍ୟମାନେ ମଧ୍ୟ କହୁଥିଲେ, “ଆଗ କାଳର କୌଣସି ଭବିଷ୍ୟ‌ଦ୍‌ବକ୍ତା ଜୀବନରେ ଉଠିଛନ୍ତି।”

Gade chapit la Kopi




ଲୂକ ଲିଖିତ ସୁସମାଚାର 9:8
6 Referans Kwoze  

ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କଅଣ? ଆପଣ କଅଣ ଏଲୀୟ? ସେ କହିଲେ, ମୁଁ ନୁହେଁ। ଆପଣ କଅଣ ସେହି ଭାବବାଦୀ? ସେ ଉତ୍ତର ଦେଲେ, ନା।


ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।


ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।


କିନ୍ତୁ ଅନ୍ୟମାନେ କହୁଥିଲେ, ଏ ଏଲୀୟ; ପୁଣି, ଆଉ କେହି କହୁଥିଲେ, ଭାବବାଦୀମାନଙ୍କ ମଧ୍ୟରୁ କୌଣସି ଜଣକ ସଦୃଶ ଏ ଜଣେ ଭାବବାଦୀ।


ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?


ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।


Swiv nou:

Piblisite


Piblisite