Biblia Todo Logo
Bib sou entènèt

- Piblisite -




ମଲାଖୀ 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ଵଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯେବେ ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”

Gade chapit la Kopi

ପବିତ୍ର ବାଇବଲ

10 “ଆମ୍ଭେ ଇଚ୍ଛାକରୁ, ତୁମ୍ଭର କେହି ଯାଜକ ଦ୍ୱାର ବନ୍ଦ କରିଦିଅନ୍ତୁ। ତା'ହେଲେ ତୁମ୍ଭେ ମୋର ବେଦିରେ ଅନୁପଯୋଗୀ ଅଗ୍ନି ଜଳାଇ ପାରିବ ନାହିଁ। ଆମ୍ଭେ କିନ୍ତୁ ତୁମ୍ଭଠାରେ ସନ୍ତୁଷ୍ଟ ନୁହଁ। ଆମ୍ଭେ ତୁମ୍ଭର ନୈବେଦ୍ୟ ଗ୍ରହଣ କରିବୁ ନାହିଁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।

Gade chapit la Kopi




ମଲାଖୀ 1:10
21 Referans Kwoze  

ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, “ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।”


ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”


ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।


ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?


ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),


“ଯେହେତୁ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।


ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।


ମାତ୍ର ଯୋୟାଶ୍‍ ରାଜାଙ୍କ ରାଜତ୍ଵର ତେଇଶ ବର୍ଷ ପର୍ଯ୍ୟନ୍ତ ଯାଜକମାନେ ଗୃହର ଭଗ୍ନସ୍ଥାନମାନ ପୁନଃନିର୍ମାଣ କରି ନ ଥିଲେ।


ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠାରେ ଘୃଣାର ବିଷୟ ଅଟେ; ମାତ୍ର ସରଳ ଲୋକଙ୍କର ପ୍ରାର୍ଥନା ତାହାଙ୍କର ତୁଷ୍ଟିକର।


ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।


Swiv nou:

Piblisite


Piblisite