Biblia Todo Logo
Bib sou entènèt

- Piblisite -




ମଲାଖୀ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ।

Gade chapit la Kopi

ଓଡିଆ ବାଇବେଲ

12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍‍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।

Gade chapit la Kopi

ପବିତ୍ର ବାଇବଲ

12 “ମାତ୍ର, ତୁମ୍ଭେମାନେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭେମାନେ କହୁଛ ସଦାପ୍ରଭୁଙ୍କର ଯଜ୍ଞବେଦି ଅପବିତ୍ର।

Gade chapit la Kopi




ମଲାଖୀ 1:12
13 Referans Kwoze  

କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।


ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।


ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;


ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”


ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”


ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।


ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।


Swiv nou:

Piblisite


Piblisite