Biblia Todo Logo
Bib sou entènèt

- Piblisite -




ମଲାଖୀ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁ‌ଗ୍‌ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁ‌ଗ୍‌ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।

Gade chapit la Kopi




ମଲାଖୀ 1:13
28 Referans Kwoze  

“ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କʼଣ କରିଅଛୁ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।


ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।


ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।


“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?


ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।


ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!”


ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?


ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?


ତେବେ ଆମ୍ଭେ ଆପଣା ଆବାସରେ ଯେ ଯେ ବଳି ଓ ନୈବେଦ୍ୟ ଉତ୍ସର୍ଗ କରିବାକୁ ଆଜ୍ଞା ଦେଇଅଛୁ, ତୁମ୍ଭେମାନେ କାହିଁକି ତହିଁରେ ପଦାଘାତ କରୁଅଛ? ପୁଣି, ଆମ୍ଭ ଲୋକ ଇସ୍ରାଏଲର ସର୍ବୋତ୍ତମ ସମସ୍ତ ନୈବେଦ୍ୟରେ ଆପଣାମାନଙ୍କୁ ହୃଷ୍ଟପୁଷ୍ଟ କରିବା ନିମନ୍ତେ ଆମ୍ଭ ଅପେକ୍ଷା ଆପଣା ପୁତ୍ରମାନଙ୍କର ଅଧିକ ଗୌରବ କରୁଅଛ?’


ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।


ସେ ଆପଣାକୁ ଅଶୁଚି କରିବା ନିମନ୍ତେ ସ୍ୱୟଂମୃତ ବା ପଶୁ ଦ୍ୱାରା ବିଦୀର୍ଣ୍ଣ ଜନ୍ତୁର ମାଂସ ଭୋଜନ କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,


ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।


କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।


ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।


Swiv nou:

Piblisite


Piblisite