Biblia Todo Logo
Bib sou entènèt

- Piblisite -




ମଲାଖୀ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।

Gade chapit la Kopi

ଓଡିଆ ବାଇବେଲ

2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ରେମ କରିଅଛୁ।” ମାତ୍ର ତୁମ୍ଭେମାନେ କହିଲ, “ତୁମ୍ଭେ କିପରି ଆମ୍ଭଙ୍କୁ ତୁମ୍ଭର ପ୍ରେମ ଦେଖାଇଛ?” ସଦାପ୍ରଭୁ କହିଲେ, “ଏଷୌ କ’ଣ ଯାକୁବର ଭାଇ ନୁହେଁ? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।

Gade chapit la Kopi




ମଲାଖୀ 1:2
32 Referans Kwoze  

“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।


କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।


ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି?


ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।


‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’


ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”


ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?


ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।


ତଥାପି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ବିଲୀୟମ୍‍ର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରେମ କରିବାରୁ ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।


ହଁ, ସେ ଲୋକମାନଙ୍କୁ ପ୍ରେମ କରନ୍ତି; ତାହାଙ୍କର ସମସ୍ତ ପବିତ୍ର ଲୋକ ତୁମ୍ଭର ହସ୍ତଗତ ଓ ସେମାନେ ତୁମ୍ଭର ଚରଣ ତଳେ ବସିଲେ; ପ୍ରତ୍ୟେକ ଜଣ ତୁମ୍ଭ ବାକ୍ୟରୁ ଗ୍ରହଣ କରିବେ।


ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।


ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ ଦିଆଗଲା।


ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।


ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”


ଆଉ ଯିହୋରାମ୍‍ କହିଲେ, “ଆମ୍ଭେମାନେ କେଉଁ ପଥରେ ଯିବା?” ତହୁଁ ଯିହୋଶାଫଟ୍‍ ଉତ୍ତର କଲେ, “ଇଦୋମ ପ୍ରାନ୍ତର-ପଥ ଦେଇ।”


Swiv nou:

Piblisite


Piblisite