Biblia Todo Logo
Bib sou entènèt

- Piblisite -




ମଲାଖୀ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା; ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା; ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଅଞ୍ଚଳ ଓ ପରମେଶ୍ଵରଙ୍କର ନିତ୍ୟ କ୍ରୋଧପାତ୍ର ସ୍ଵରୂପ ଗୋଷ୍ଠୀ ବୋଲି ନାମ ଦେବେ।

Gade chapit la Kopi

ଓଡିଆ ବାଇବେଲ

4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ‘ଦୁଷ୍ଟତାର ଦେଶ’ ଓ ‘ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।’”

Gade chapit la Kopi

ପବିତ୍ର ବାଇବଲ

4 ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।

Gade chapit la Kopi




ମଲାଖୀ 1:4
37 Referans Kwoze  

ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ସଦାପ୍ରଭୁ କହନ୍ତି, ତୁମ୍ଭର ଅନ୍ତିମକାଳ ବିଷୟରେ ପ୍ରତ୍ୟାଶା ଅଛି; ଆଉ, ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣାମାନଙ୍କର ସୀମାକୁ ଆସିବେ।


ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତକାଳ ତାହାର ମଧ୍ୟଦେଇ କେହି ଗମନ କରିବ ନାହିଁ।


କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।


ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”


ତୁମ୍ଭେମାନେ କଲନେ ସହରକୁ ଯାଇ ଦେଖ ଓ ସେସ୍ଥାନରୁ ତୁମ୍ଭେମାନେ ବଡ଼ ହମାତକୁ ଯାଅ; ତହିଁ ଉତ୍ତାରେ ପଲେଷ୍ଟୀୟମାନଙ୍କର ଗାଥ୍‍ ନଗରକୁ ଯାଅ; ସେହି ସବୁ କି ଏହି (ଦୁଇ) ରାଜ୍ୟ ଅପେକ୍ଷା ଉତ୍ତମ? ଅବା ସେମାନଙ୍କର ସୀମା କି ତୁମ୍ଭମାନଙ୍କର ସୀମା ଅପେକ୍ଷା ବଡ଼?


ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ଆମ୍ଭେ ଇସ୍ରାଏଲର ସୀମା ମଧ୍ୟରେ ତୁମ୍ଭମାନଙ୍କର ବିଚାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କିମ୍ବା ବୁଦ୍ଧି କିମ୍ବା ମନ୍ତ୍ରଣା ନାହିଁ।


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।


ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;


ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।


ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି?


ଯେ ମୋହର ସପକ୍ଷ ନୁହେଁ, ସେ ମୋହର ବିପକ୍ଷ, ପୁଣି, ଯେ ମୋʼ ସହିତ ସଂଗ୍ରହ କରେ ନାହିଁ, ସେ ଛିନ୍ନଭିନ୍ନ କରିପକାଏ।


ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”


ହେ ଦଦାନ ନିବାସୀଗଣ, ତୁମ୍ଭେମାନେ ପଳାଅ, ମୁଖ ଫେରାଅ, ଗଭୀର ସ୍ଥାନରେ ବାସ କର; କାରଣ ଆମ୍ଭେ ତାହା ଉପରେ ଏଷୌର ବିପଦ, ତାହାକୁ ପ୍ରତିଫଳ ଦେବାର ସମୟ ଆଣିବା।


ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍‍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।


ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।


ପୁଣି, ଆମ୍ଭେ ଶୀତକାଳର ଗୃହକୁ ଓ ଗ୍ରୀଷ୍ମକାଳର ଗୃହକୁ ଆଘାତ କରିବା; ଆଉ, ହସ୍ତୀଦନ୍ତର ଗୃହସକଳ ନଷ୍ଟ ହେବ ଓ ବଡ଼ ବଡ଼ ଗୃହ ଲୁପ୍ତ ହେବ।” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;


କାରଣ ଦେଖ, ସଦାପ୍ରଭୁ ଆଜ୍ଞା କରନ୍ତି ଓ ବଡ଼ ବଡ଼ ଗୃହ ଭଗ୍ନ ହେବ ଓ ସାନ ସାନ ଗୃହରେ ଫାଟ ହେବ।


ଓବଦୀୟଙ୍କ ଦର୍ଶନ। ପ୍ରଭୁ, ସଦାପ୍ରଭୁ ଇଦୋମ ବିଷୟରେ ଏହି କଥା କହନ୍ତି; ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟରୁ ସମାଚାର ଶୁଣିଅଛୁ ଓ ଗୋଷ୍ଠୀଗଣ ମଧ୍ୟକୁ ଏକ ଦୂତ ପ୍ରେରିତ ହୋଇଅଛି, “ତୁମ୍ଭେମାନେ ଉଠ ଓ ତାହା ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭେମାନେ ଉଠୁ।”


ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।


ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଂକଳ୍ପସବୁ ବିଫଳ କରନ୍ତି।


ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୈମନ୍‍ରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା।


Swiv nou:

Piblisite


Piblisite