Biblia Todo Logo
Bib sou entènèt

- Piblisite -




ମଲାଖୀ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ?

Gade chapit la Kopi

ଓଡିଆ ବାଇବେଲ

6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”

Gade chapit la Kopi

ପବିତ୍ର ବାଇବଲ

6 ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’

Gade chapit la Kopi




ମଲାଖୀ 1:6
52 Referans Kwoze  

ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ?


ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।


ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋʼ ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋʼ ଠାରେ ପାଇବେ ନାହିଁ।”


ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।


କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”


ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରା କାଉମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।


ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।


ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।


ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’”


ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।”


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


“କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।


‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।


ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।


କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ?


ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”


କାରଣ ମୋଶା କହିଅଛନ୍ତି, ‘ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’


ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।


ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।”


ଈଶ୍ବର ତ କହିଅଛନ୍ତି ‘ପିତାମାତାକୁ ସମାଦର କର,’ ଆଉ ‘ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।’


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”


ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।


ସନ୍ତାନଗଣର ସନ୍ତାନମାନେ ବୃଦ୍ଧ ଲୋକମାନଙ୍କର ମୁକୁଟ; ପୁଣି, ସନ୍ତାନମାନଙ୍କର ଗୌରବ ସେମାନଙ୍କ ପିତୃଗଣ।


ତୁମ୍ଭେ ଆପଣା ହୋମାର୍ଥକ ମେଷାଦି ଆମ୍ଭ ନିକଟକୁ ଆଣି ନାହଁ; କିଅବା ତୁମ୍ଭେ ଆପଣା ବଳିଦାନ ଦ୍ୱାରା ଆମ୍ଭର ସମାଦର କରି ନାହଁ। ଆମ୍ଭେ ନୈବେଦ୍ୟ ନିମନ୍ତେ ତୁମ୍ଭକୁ ଦାସ୍ୟକର୍ମ କରାଇ ନାହୁଁ; କିଅବା କୁନ୍ଦୁରୁ ନିମନ୍ତେ ତୁମ୍ଭକୁ କ୍ଳାନ୍ତ କରାଇ ନାହୁଁ।


ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?


ରେଖବର ପୁତ୍ର ଯିହୋନାଦବ୍‍ର ସନ୍ତାନଗଣ ସେମାନଙ୍କ ପ୍ରତି ଆଜ୍ଞାପିତ ପିତୃପୁରୁଷର ଆଜ୍ଞା ପ୍ରତିପାଳନ କରିଅଛନ୍ତି, ମାତ୍ର ଏହି ଲୋକମାନେ ଆମ୍ଭ କଥାରେ ମନୋଯୋଗ କରି ନାହାନ୍ତି।


ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।


“ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।


ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ?


ହେ ମୂଢ଼ ଓ ଅଜ୍ଞାନ ଲୋକେ, ତୁମ୍ଭେମାନେ କି ସଦାପ୍ରଭୁଙ୍କୁ ଏପରି ପରିଶୋଧ କରୁଅଛ; ସେ କି ତୁମ୍ଭର କ୍ରୟକାରୀ ପିତା ନୁହନ୍ତି? ସେ ତୁମ୍ଭର ସୃଷ୍ଟି ଓ ସ୍ଥିତିକର୍ତ୍ତା ଅଟନ୍ତି।


ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’”


ପୁଣି, ଯେ ତୁମ୍ଭ ନାମରେ ପ୍ରାର୍ଥନା କରେ, ଯେ ତୁମ୍ଭକୁ ଧରିବା ପାଇଁ ଆପଣାକୁ ଉତ୍ତେଜିତ କରେ, ଏପରି କେହି ନାହିଁ; କାରଣ ତୁମ୍ଭେ ଆମ୍ଭମାନଙ୍କଠାରୁ ଆପଣା ମୁଖ ଲୁଚାଇଅଛ ଓ ଆମ୍ଭମାନଙ୍କର ଅପରାଧ ଦ୍ୱାରା ଆମ୍ଭମାନଙ୍କୁ କ୍ଷୟ କରିଅଛ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite