Biblia Todo Logo
Bib sou entènèt

- Piblisite -




ମଲାଖୀ 1:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କʼଣ ମନ୍ଦ ନୁହେଁ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ? ଅବା ସେ କି ତୁମ୍ଭଙ୍କୁ ଗ୍ରାହ୍ୟ କରିବେ? ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

8 “ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ତୁମ୍ଭେମାନେ ଯଜ୍ଞବେଦି ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ’ଣ ଭୁଲ୍ ନୁହେଁ? ତୁମ୍ଭେମାନେ ଯେଉଁ ଛୋଟା ଓ ରୋଗୀ ପଶୁଗୁଡ଼ିକୁ ଉତ୍ସର୍ଗ କରୁଛ ତାହା ମଧ୍ୟ ଭୁଲ୍ ନୁହେଁ କି? ତୁମ୍ଭେମାନେ ଯଦି ସେହି ଭେଟି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ’ଣ ସନ୍ତୁଷ୍ଟ ହେବେ? ନା, ସେ କେବେହେଲେ ସେ ଭେଟି ଗ୍ରହଣ କରିବେ ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।

Gade chapit la Kopi




ମଲାଖୀ 1:8
10 Referans Kwoze  

ଯଦି ତହିଁରେ କୌଣସି ଖୁଣ ଥାଏ, ସେହି ପଶୁ ଯଦି ଛୋଟା କି ଅନ୍ଧ କି ଅନ୍ୟ କୌଣସି ପ୍ରକାର ମନ୍ଦଖୁଣଯୁକ୍ତ ଥାଏ, ତେବେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତାହାକୁ ବଳିଦାନ କରିବ ନାହିଁ।


ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରିଯିବେ।


ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”


ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [ସେଲା]


ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,


ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।


Swiv nou:

Piblisite


Piblisite