Biblia Todo Logo
Bib sou entènèt

- Piblisite -




ମଲାଖୀ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ଵାରା ସଦାପ୍ରଭୁଙ୍କୁ କ୍ଳା; କରିଅଛ। ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳା; କରିଅଛୁ? ଯେ ପ୍ରତ୍ୟେକ ଲୋକ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି; ନୋହିଲେ ବିଚାରକର୍ତ୍ତା ପରମେଶ୍ଵର କାହାନ୍ତି? ଏପରି କହି କ୍ଳା; କରୁଅଛ।

Gade chapit la Kopi

ଓଡିଆ ବାଇବେଲ

17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।

Gade chapit la Kopi

ପବିତ୍ର ବାଇବଲ

17 ତୁମ୍ଭେମାନେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭେମାନେ ଶିକ୍ଷା ଦେଲ ଯେ ମନ୍ଦକାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କୁ ପରମେଶ୍ୱର ଆଦର କରନ୍ତି। ଆଉ ମଧ୍ୟ କହିଲ ପରମେଶ୍ୱର ସେହି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବେଚନା କରନ୍ତି। ଆଉମଧ୍ୟ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ୱରଙ୍କର ନ୍ୟାୟ କେଉଁଠାରେ ଅଛି।

Gade chapit la Kopi




ମଲାଖୀ 2:17
34 Referans Kwoze  

ତୁମ୍ଭେ ରୌପ୍ୟ ମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।


ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।


କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।


“ଦେଖ, ହଳାରେ ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।


ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ, ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”


ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।


ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।


ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ?


ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହି ସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହି ସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।


ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।


ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?


ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।


ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।


ପୃଥିବୀ ଦୁଷ୍ଟମାନଙ୍କ ହସ୍ତରେ ସମର୍ପିତ ହୋଇଅଛି; ସେ ତହିଁର ବିଚାରକର୍ତ୍ତୃଗଣର ମୁଖ ଆଚ୍ଛାଦନ କରନ୍ତି; ଯଦି ସେ ନ କରନ୍ତି, ତେବେ ଆଉ କିଏ?


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”


ତଥାପି ହେ ଯାକୁବ, ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କରି ନାହଁ; ହେ ଇସ୍ରାଏଲ, ତୁମ୍ଭେ ଆମ୍ଭ ବିଷୟରେ କ୍ଳାନ୍ତ ହୋଇଅଛ।


ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।


ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


Swiv nou:

Piblisite


Piblisite