Biblia Todo Logo
Bib sou entènèt

- Piblisite -




ମଲାଖୀ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହି ସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେବେ ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେସବୁକୁ ଅଭିଶାପ ଦେଇ ସାରିଲୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।

Gade chapit la Kopi

ଓଡିଆ ବାଇବେଲ

2 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯଦି ତୁମ୍ଭେମାନେ ନ ଶୁଣିବ ଓ ଆମ୍ଭ ନାମକୁ ଗୌରବ ଦେବା ନିମନ୍ତେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ଉପରେ ଅଭିଶାପ ପ୍ରେରଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ଆଶୀର୍ବାଦସକଳକୁ ଅଭିଶାପ ଦେବା; ହଁ, ସେହିସବୁକୁ ଅଭିଶାପ ଦେଇ ସାରିଅଛୁ, କାରଣ ତୁମ୍ଭେମାନେ ତହିଁରେ ମନୋଯୋଗ କରୁ ନାହଁ।

Gade chapit la Kopi

ପବିତ୍ର ବାଇବଲ

2 ଯଦି ତୁମ୍ଭେମାନେ ଧ୍ୟାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦେବା ପାଇଁ, ଗୁରୁତ୍ୱ ନ ଦିଅ ତେବେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡ଼ିକ ଅଭିଶାପରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭେମାନେ ଆମ୍ଭର ନାମକୁ ଗୌରବ ଦେବା ବିଷୟରେ ଗମ୍ଭୀର ନୁହଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

Gade chapit la Kopi




ମଲାଖୀ 2:2
31 Referans Kwoze  

ଈଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ଗୌରବ ଦିଅ, କାରଣ ତାହାଙ୍କ ବିଚାର ସମୟ ଉପସ୍ଥିତ, ପୁଣି, ଯେ ଆକାଶ, ପୃଥିବୀ, ସମୁଦ୍ର ଓ ନିର୍ଝରିଣୀ ସମୂହ ସୃଷ୍ଟି କରିଅଛନ୍ତି, ତାହାଙ୍କୁ ପ୍ରଣାମ କର।


ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?”


ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।


କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।


ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।


ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।


ସେତେବେଳେ ମନୁଷ୍ୟମାନେ ମହାତାପରେ ଦଗ୍ଧ ହେଲେ, ଆଉ ଯେଉଁ ଈଶ୍ବରଙ୍କର ଏହି ସମସ୍ତ କ୍ଲେଶ ଉପରେ ଅଧିକାର ଅଛି, ତାହାଙ୍କ ନାମର ନିନ୍ଦା କଲେ, ତାହାଙ୍କୁ ଗୌରବ ଦେବା ନିମନ୍ତେ ମନ-ପରିବର୍ତ୍ତନ କଲେ ନାହିଁ।


ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।


ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ପୁଣି, କାହାର ସକାଶୁ ତୁମ୍ଭେ ଏପରି ତ୍ରାସଯୁକ୍ତା ଓ ଭୀତା ହୋଇଅଛ ଯେ, ତୁମ୍ଭେ ମିଥ୍ୟା କହୁଅଛ ଓ ଆମ୍ଭକୁ ସ୍ମରଣ କରି ନାହଁ, କିଅବା ଆପଣା ମନ ତହିଁରେ ଦେଇ ନାହଁ? ଆମ୍ଭେ କି ଦୀର୍ଘ କାଳ ନୀରବ ରହି ନାହୁଁ, ତେଣୁ ତୁମ୍ଭେ କି ଆମ୍ଭକୁ ଭୟ କରୁ ନାହଁ?


ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା;” ଏହେତୁ ତୁମ୍ଭେ ଏହିସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ପାପୀମାନଙ୍କ ଗୃହରେ ସଦାପ୍ରଭୁଙ୍କର ଅଭିଶାପ ଥାଏ, ମାତ୍ର ସେ ଧାର୍ମିକମାନଙ୍କ ନିବାସକୁ ଆଶୀର୍ବାଦ କରନ୍ତି।


“ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।


Swiv nou:

Piblisite


Piblisite