Biblia Todo Logo
Bib sou entènèt

- Piblisite -




ମଲାଖୀ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଦେଖ, ଆମ୍ଭେ ଆପଣା ଦୂତକୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ଵେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ଦୂତଠାରେଅ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

1 ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, “ଆମ୍ଭର ପଥ ପରିଷ୍କାର କରିବା ପାଇଁ ଆମ୍ଭେ ଆପଣା ଦୂତକୁ ପ୍ରେରଣ କରିବା। ଆଉ ଦେଖ ତୁମ୍ଭେମାନେ ଯେଉଁ ପ୍ରଭୁଙ୍କୁ ଅନ୍ୱେଷଣ କରୁଛ ସେ ହଠାତ୍ ତାଙ୍କ ମନ୍ଦିରକୁ ଆସିବ। ନିଶ୍ଚୟ ଚୁକ୍ତିର ବାର୍ତ୍ତାବାହକ ତୁମ୍ଭେ ଯାହା ବିଷୟରେ ସନ୍ତୁଷ୍ଟ ସେ ଆସୁଛନ୍ତି।

Gade chapit la Kopi




ମଲାଖୀ 3:1
38 Referans Kwoze  

ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।


ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।


ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,


ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃ-ପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,


ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲୀୟଙ୍କ ଆସିବାର ଅଛି, ଏ ସେହି।


ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”


ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।


ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି।


Swiv nou:

Piblisite


Piblisite