Biblia Todo Logo
Bib sou entènèt

- Piblisite -




ମଲାଖୀ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକି ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭେ ତୁମ୍ଭର ଶସ୍ୟକୁ ନଷ୍ଟ କରିବା ପାଇଁ କୀଟ ପଠାଇବା ନାହିଁ। ତୁମ୍ଭମାନଙ୍କର ଦ୍ରାକ୍ଷାଲତାସବୁ ଫଳ ଧାରଣ କରିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କହିଥିଲେ।

Gade chapit la Kopi




ମଲାଖୀ 3:11
15 Referans Kwoze  

ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍‍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।


ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।


କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।


ମାତ୍ର ଆମ୍ଭେ ତୁମ୍ଭମାନଙ୍କ ନିକଟରୁ ଉତ୍ତର ଦେଶୀୟ ସୈନ୍ୟଦଳକୁ ଦୂର କରିବା, ପୁଣି ସେମାନଙ୍କୁ ଶୁଷ୍କ ଓ ଧ୍ୱଂସିତ ଦେଶକୁ ତଡ଼ିଦେଇ ସେମାନଙ୍କର ଅଗ୍ରଭାଗ ପୂର୍ବ ସମୁଦ୍ର ଆଡ଼େ, ଆଉ ସେମାନଙ୍କର ପଶ୍ଚାଦ୍‍ଭାଗ ପଶ୍ଚିମ ସମୁଦ୍ର ଆଡ଼େ ତଡ଼ିଦେବା; ତହିଁରେ ସେମାନଙ୍କର ଦୁର୍ଗନ୍ଧ ଉଠିବ ଓ କୁବାସ ନିର୍ଗତ ହେବ, କାରଣ ସେ ମହତ୍ କର୍ମମାନ କରିଅଛନ୍ତି।


ଶୂକ କୀଟ ଯାହା ଛାଡ଼ିଲା, ପଙ୍ଗପାଳ ତାହା ଖାଇଅଛି ଓ ପଙ୍ଗପାଳ ଯାହା ଛାଡ଼ିଲା, ପତଙ୍ଗ ତାହା ଖାଇଅଛି ଓ ପତଙ୍ଗ ଯାହା ଛାଡ଼ିଲା, ଘୁର୍ଘୁରିଆ ତାହା ଖାଇଅଛି।


ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଓ ଶିଳାବୃଷ୍ଟି ଦ୍ୱାରା ତୁମ୍ଭମାନଙ୍କ ହସ୍ତର ଯାବତୀୟ କାର୍ଯ୍ୟରେ ତୁମ୍ଭମାନଙ୍କୁ ଆଘାତ କଲୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରିଲ ନାହିଁ, ଏହା ସଦାପ୍ରଭୁ କହନ୍ତି।


“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।


କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;


ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।


ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”


ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।


ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;


ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍‍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା।


ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”


Swiv nou:

Piblisite


Piblisite