Biblia Todo Logo
Bib sou entènèt

- Piblisite -




ମଲାଖୀ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସଦାପ୍ରଭୁ କହନ୍ତି, ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର ବାକ୍ୟସବୁ ଶକ୍ତ ହୋଇଅଛି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?

Gade chapit la Kopi

ଓଡିଆ ବାଇବେଲ

13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଟୁବାକ୍ୟ ପ୍ରୟୋଗ କରୁଛ।” ତଥାପି ତୁମ୍ଭେ କହୁଛ, “ଆମ୍ଭେମାନେ ଆପଣଙ୍କ ବିରୁଦ୍ଧରେ କ’ଣ କହିଅଛୁ?”

Gade chapit la Kopi




ମଲାଖୀ 3:13
24 Referans Kwoze  

ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


କିନ୍ତୁ ହେ ଭାଇ, ତୁମ୍ଭେ କିଏ ଯେ ଈଶ୍ବରଙ୍କ ପ୍ରତିବାଦ କର? ନିର୍ମିତ ବସ୍ତୁ କି ନିର୍ମାତାଙ୍କୁ କହିବ, ମୋତେ ଏପରି ଗଢ଼ିଲ କାହିଁକି?


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ।


ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


ତୁମ୍ଭେ କି ଆମ୍ଭର ବିଚାର ବ୍ୟର୍ଥ କରିବ? ତୁମ୍ଭେ ଧାର୍ମିକ ଗଣିତ ହେବା ପାଇଁ କି ଆମ୍ଭକୁ ଦୋଷୀ କରିବ?


ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।”


ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ?”


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”


ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।


ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”


ତଥାପି ତୁମ୍ଭେମାନେ କହୁଅଛ, ‘ପ୍ରଭୁଙ୍କର ପଥ ସରଳ ନୁହେଁ।’ ହେ ଇସ୍ରାଏଲ ବଂଶ, ଏବେ ଶୁଣ; ଆମ୍ଭର ପଥ କି ସରଳ ନୁହେଁ? ତୁମ୍ଭମାନଙ୍କର ପଥ କି ଅସରଳ ନୁହେଁ?


ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ; ସେମାନଙ୍କ ଅଧିପତିମାନେ ଆପଣା ଆପଣା ଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ; ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।


ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ କହିଅଛ, ‘ପରମେଶ୍ୱରଙ୍କର ସେବା କରିବାରେ କି ଲାଭ? ଆଉ, ଆମ୍ଭେମାନେ ଯେ ତାହାଙ୍କର ଅାଜ୍ଞା ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଅନୁତପ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?


ଯେ, ତୁମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ଆପଣା ଆତ୍ମାକୁ ଉଠାଉଅଛ ଓ ଆପଣା ମୁଖରୁ ଏପରି କଥା ବାହାରିବାକୁ ଦେଉଅଛ?


ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


Swiv nou:

Piblisite


Piblisite