Biblia Todo Logo
Bib sou entènèt

- Piblisite -




ମଲାଖୀ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକି ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ଵରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

15 ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”

Gade chapit la Kopi




ମଲାଖୀ 3:15
37 Referans Kwoze  

କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ? ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି, ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି?” ଏପରି କହି କ୍ଳାନ୍ତ କରୁଅଛ।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”


“ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”


ଏଣୁ ଗୋଟିଏ ନିରୂପିତ ଦିନରେ ହେରୋଦ ରାଜବସ୍ତ୍ର ପରିଧାନ କରି ସିଂହାସନରେ ବସି ସେମାନଙ୍କ ନିକଟରେ ଗୋଟିଏ ଭାଷଣ ଦେଲେ;


ସେଥିରେ ପିତର ତାହାକୁ କହିଲେ, ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଅଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ।


ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”


ଏଣୁ ମୁଁ ନବୂଖଦ୍‍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।


“ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ?”


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ;’ ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରି ପାରୁ?


ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।


ମାତ୍ର ପ୍ରାନ୍ତରରେ ଅତିଶୟ ଲୋଭାକ୍ରାନ୍ତ ହେଲେ ଓ ମରୁଭୂମିରେ ପରମେଶ୍ୱରଙ୍କୁ ପରୀକ୍ଷା କଲେ।


ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।


ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;


ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।


ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।


ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।


ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;


କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।


ଯଦି ତୁମ୍ଭେ ସର୍ବଶକ୍ତିମାନ ପରମେଶ୍ୱରଙ୍କ ପ୍ରତି ଫେରିବ, ଯଦି ଆପଣା ତମ୍ବୁରୁ ଅଧର୍ମ ଦୂର କରିବ, ତେବେ ତୁମ୍ଭେ ଦୃଢ଼ କରାଯିବ।


ଦୁଷ୍ଟ ଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନାଯାʼନ୍ତି?


ଡକାୟତମାନଙ୍କର ତମ୍ବୁ ନିରାପଦ ହୁଏ ଓ ପରମେଶ୍ୱରଙ୍କୁ ବିରକ୍ତ କରିବା ଲୋକେ ନିର୍ବିଘ୍ନରେ ରହନ୍ତି; ପରମେଶ୍ୱର ସେମାନଙ୍କ ହସ୍ତରେ ବହୁତ ଦିଅନ୍ତି।


ତଥାପି ହାମନ୍‍ ଆପଣା କ୍ରୋଧ ସମ୍ଭାଳି ଗୃହକୁ ଗଲା, ପୁଣି ଆପଣା ମିତ୍ରଗଣକୁ ଓ ଆପଣା ଭାର୍ଯ୍ୟା ସେରଶ୍‍କୁ ଡକାଇ ଆଣିଲେ।


ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।


ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।


ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋʼ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।


ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।


ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?


ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।


କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।


Swiv nou:

Piblisite


Piblisite