Biblia Todo Logo
Bib sou entènèt

- Piblisite -




ମଲାଖୀ 3:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ତୁମ୍ଭେମାନେ ଫେରି ଆସିବ, ଆଉ ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ଵରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।

Gade chapit la Kopi

ପବିତ୍ର ବାଇବଲ

18 ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।

Gade chapit la Kopi




ମଲାଖୀ 3:18
24 Referans Kwoze  

ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?”


ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”


ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା।


ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।”


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ,


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।


ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍‍ ଆଶୀର୍ବାଦ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।


ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ; ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।


ମୁଁ ବିନୟ କରୁଅଛି, ଫେର, କୌଣସି ଅନ୍ୟାୟ ନ ହେଉ; ହଁ, ପୁନର୍ବାର ଫେର, ମୋହର ଗୁହାରି ଯଥାର୍ଥ।


ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।


ମନ୍ଦକୁ ଘୃଣା କର, ଭଲକୁ ଭଲ ପାଅ ଓ ନଗର-ଦ୍ୱାରରେ ନ୍ୟାୟବିଚାର କର; ହୋଇପାରେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଯୋଷେଫର ଅବଶିଷ୍ଟାଂଶ ପ୍ରତି କୃପାମୟ ହେବେ।


ମାତ୍ର ସଦାପ୍ରଭୁ ମିସରୀୟ ଲୋକଙ୍କଠାରୁ ଇସ୍ରାଏଲୀୟ ଲୋକଙ୍କୁ ପ୍ରଭେଦ କରନ୍ତି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହେବ, ଏଥିପାଇଁ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରେ ମନୁଷ୍ୟ କି ପଶୁ ପ୍ରତି ଗୋଟିଏ କୁକ୍କୁର ସୁଦ୍ଧା ଜିହ୍ୱା ପଜାଇବ ନାହିଁ।’


Swiv nou:

Piblisite


Piblisite