Biblia Todo Logo
Bib sou entènèt

- Piblisite -




ମଲାଖୀ 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହି ସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ଫେରିବାଣେ?

Gade chapit la Kopi

ଓଡିଆ ବାଇବେଲ

7 ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”

Gade chapit la Kopi

ପବିତ୍ର ବାଇବଲ

7 ମାତ୍ର ତୁମ୍ଭେମାନେ ମୋର ବ୍ୟବସ୍ଥା ପାଳନ କଲ ନାହିଁ, ଠିକ୍ ଯେପରି ତୁମ୍ଭର ପୂର୍ବପୁରୁଷଗଣ ମଧ୍ୟ ଆମ୍ଭକୁ ଅବଜ୍ଞା କଲେ। ତୁମ୍ଭେମାନେ ଆମ୍ଭ ନିକଟକୁ ଫେରି ଆସ, ତାହାହେଲେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରିଯିବା,” ସଦାପ୍ରଭୁ ଏହିକଥା କହିଥିଲେ। “ତୁମ୍ଭେମାନେ ପଗ୍ଭରୁଛ, ‘ଆମ୍ଭେମାନେ କିପରି ଫେରିଯାଇ ପାରିବୁ?’

Gade chapit la Kopi




ମଲାଖୀ 3:7
38 Referans Kwoze  

ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କିନ୍ତୁ ସେ ଇସ୍ରାଏଲ ବିଷୟରେ କହନ୍ତି, “ଆମ୍ଭେ ଅନାଜ୍ଞାବହ ଓ ପ୍ରତିକୂଳବାଦୀ ଲୋକମାନଙ୍କ ପ୍ରତି ଦିନଯାକ ହସ୍ତ ବିସ୍ତାର କରିଅଛୁ।”


ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି।


ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।


କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।


ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ବାଞ୍ଛା କରୁଥିଲା, କିନ୍ତୁ କେହି ତାହାକୁ କିଛି ଦେଉ ନ ଥିଲେ।


“ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;


“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।


ଯେଉଁମାନେ ଆପଣା ଆପଣା କଳ୍ପନାନୁସାରେ କୁପଥରେ ଗମନ କରନ୍ତି, ଏପରି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ସାରାଦିନ ଆପଣା ହସ୍ତ ବିସ୍ତାର କରିଅଛୁ;


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ଆଉ, ମୁଁ ଏ କ ସମୟରେ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;


ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି।


ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁ ନାହଁ;


ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି।


Swiv nou:

Piblisite


Piblisite