Biblia Todo Logo
Bib sou entènèt

- Piblisite -




ମାଥିଉ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ଵାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।

Gade chapit la Kopi

ଓଡିଆ ବାଇବେଲ

16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରିୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହି ଯୋସେଫ ମରିୟମଙ୍କୁ ବିବାହ କରିଥିଲେ। ମରିୟମଙ୍କ ଗର୍ଭରେ ଯୀଶୁ ଜନ୍ମ ଗ୍ରହଣ କଲେ। ଯୀଶୁଖ୍ରୀଷ୍ଟ ମସୀହ ନାମରେ ମଧ୍ୟ ପରିଚିତ।

Gade chapit la Kopi

ପବିତ୍ର ବାଇବଲ

16 ଯାକୁବ ଯୋଷେଫଙ୍କ ବାପା। ଯୋଷେଫ ମରିୟମଙ୍କ ସ୍ୱାମୀ। ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ। ଯୀଶୁଙ୍କୁ ଖ୍ରୀଷ୍ଟ କୁହାଯାଏ।

Gade chapit la Kopi




ମାଥିଉ 1:16
17 Referans Kwoze  

ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ?


ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ।


ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,


ପୀଲାତ ସେମାନଙ୍କୁ ପଚାରିଲେ, ତେବେ ଯାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କଅଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ।


ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ?


ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।


ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।


ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା; ସେହି କନ୍ୟାଙ୍କ ନାମ ମରୀୟମ।


ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ।


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”


ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।


ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।


Swiv nou:

Piblisite


Piblisite