Biblia Todo Logo
Bib sou entènèt

- Piblisite -




ମାଥିଉ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିଣାନୀୟ ଦଳର ଶିମୋନ ଓ ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା।

Gade chapit la Kopi

ଓଡିଆ ବାଇବେଲ

4 କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଦେଶପ୍ରେମୀ ଶିମୋନ ଓ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିବା ଇଷକୋରିୟଥ୍ ଯିହୁଦା।

Gade chapit la Kopi

ପବିତ୍ର ବାଇବଲ

4 ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।

Gade chapit la Kopi




ମାଥିଉ 10:4
19 Referans Kwoze  

ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ସେ ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଲକ୍ଷ୍ୟ କରି ଏହା କହିଲେ, କାରଣ ସେ ଦ୍ୱାଦଶଙ୍କ ମଧ୍ୟରେ ଜଣେ, ଆଉ ସେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା।


ଆଉ ତତ୍‌କ୍ଷଣାତ୍, ଯୀଶୁ କଥା କହୁଥିବା ସମୟରେ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କଠାରୁ ଲୋକସମୂହ ଖଡ୍ଗ ଓ ଠେଙ୍ଗା ଧରି ଆସିଲେ।


ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।


ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା।


ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;


ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।


ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା, ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି, ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟ-ମୁଦ୍ରା ଫେରାଇ ଆଣି କହିଲା,


ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”


ସେମାନେ, ଅର୍ଥାତ୍‍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ଉଦ୍‌ଯୋଗୀ ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।


“ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ, ଏହା ତୁମ୍ଭେମାନେ ଜାଣ, ପୁଣି, ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ।”


ମୋତେ କଅଣ ଦେବେ କୁହନ୍ତୁ, ମୁଁ ତାହାଙ୍କୁ ଧରାଇଦେବି। ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟ-ମୁଦ୍ରା ତୌଲି କରିଦେଲେ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ବିଶ୍ୱାସ କରୁ ନାହାନ୍ତି।” କାରଣ ଯେଉଁମାନେ ବିଶ୍ୱାସ କରୁ ନ ଥିଲେ ଏବଂ କିଏ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ତାହା ଯୀଶୁ ଆଦ୍ୟରୁ ଜାଣିଥିଲେ।


Swiv nou:

Piblisite


Piblisite