Biblia Todo Logo
Bib sou entènèt

- Piblisite -




ମାଥିଉ 10:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।

Gade chapit la Kopi

ଓଡିଆ ବାଇବେଲ

41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ଯେ କେହି ଜଣେ ଭାବବାସୀକୁ ଈଶ୍ୱରଙ୍କ ବାର୍ତ୍ତାବହ ରୂପେ ସ୍ୱାଗତ କରେ, ସେ ସେହି ଭାବବାଦୀଙ୍କ ପୁରସ୍କାରରେ ଅଂଶୀ ହେବ; ଏବଂ ଯେ କେହି ଜଣେ ସାଧୁ ବ୍ୟକ୍ତିକୁ ତା’ର ସାଧୁତା ଯୋଗୁ ଅଭ୍ୟର୍ଥନା କରେ, ସେହି ବ୍ୟକ୍ତିର ପୁରସ୍କାରରେ ସେ ଭାଗୀଦାର ହେବ।

Gade chapit la Kopi

ପବିତ୍ର ବାଇବଲ

41 ଯେଉଁ ଲୋକ ପରମେଶ୍ୱରଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କୁ ଭେଟି ତାହାଙ୍କୁ ସ୍ୱାଗତ କରେ, ତେବେ ସେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାର ପୁରସ୍କାର ପାଇବ। ଯେଉଁ ଲୋକ ଜଣେ ଧାର୍ମିକ ଲୋକକୁ ଧାର୍ମିକ ଲୋକ ରୂପେ ସ୍ୱୀକାର କରେ ତେବେ ସେ ଧାର୍ମିକ ଲୋକର ପୁରସ୍କାର ପାଇବ।

Gade chapit la Kopi




ମାଥିଉ 10:41
27 Referans Kwoze  

କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ।


ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”


କାରଣ ଯଦି ମୁଁ ସ୍ୱେଚ୍ଛାରେ ଏହା କରେ, ତେବେ ମୋହର ପୁରସ୍କାର ଅଛି; କିନ୍ତୁ ଯଦି ସ୍ୱେଚ୍ଛାରେ ନ କରେ, ତେବେ ହେଁ ସେବକପଦର ଭାର ମୋʼ ଠାରେ ସମର୍ପିତ ହୋଇଅଛି।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।


ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ।


ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।


ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ।


ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।


ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଗ୍ନ, ପୀଡ଼ିତ କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?


ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ।


Swiv nou:

Piblisite


Piblisite