Biblia Todo Logo
Bib sou entènèt

- Piblisite -




ମାଥିଉ 10:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଅଣଯିହୁଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,

Gade chapit la Kopi

ଓଡିଆ ବାଇବେଲ

5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯୀଶୁ ଏମାନଙ୍କୁ ପଠାଇବାବେଲେ ନିର୍ଦ୍ଦେଶ ଦେଇ କହିଲେ, “ତୁମେ ଅଶଯିହୁଦୀ ଦେଶକୁ ଯାଅ ନାହିଁ। କୌଣସି ଶମିରୋଣୀୟ ସହରକୁ ମଧ୍ୟ ଯାଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ

5 ଏହି ବାରଜଣ ଶିଷ୍ୟଙ୍କୁ ଯୀଶୁ ପଠାଇବା ବେଳେ ଏହି ଆଜ୍ଞା ଦେଲେ: “କୌଣସି ଅଣଯିହୂଦୀ ଅଞ୍ଚଳକୁ ଯିବ ନାହିଁ କି ଶମିରୋଣର କୌଣସି ନଗରରେ ପ୍ରବେଶ କରିବ ନାହିଁ।

Gade chapit la Kopi




ମାଥିଉ 10:5
27 Referans Kwoze  

ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ।


ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;


ଆଉ ସେ ସେମାନଙ୍କୁ ଈଶ୍ବରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦିୟା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।”


ଏଥିରେ ଯିହୁଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କଅଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଆମ୍ଭମାନଙ୍କ ଯିହୁଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି?


ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ;


କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,


“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,


ଶାଉଲ, ସ୍ତିଫାନଙ୍କ ହତ୍ୟାରେ ଏକମତ ଥିଲେ। ସେହି ଦିନ ଯିରୂଶାଲମ ସହରରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦିୟା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ।


ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ?


ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି।


ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ।


ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ।


ପରେ ସେ ଚାରିଆଡ଼େ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ସେ ବାର ଶିଷ୍ୟମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ଦୁଇ ଦୁଇ ଜଣ କରି ପ୍ରେରଣ କରିବାକୁ ଆରମ୍ଭ କଲେ ଏବଂ ଅଶୁଚି ଆତ୍ମାମାନଙ୍କ ଉପରେ ସେମାନଙ୍କୁ ଅଧିକାର ଦେଲେ,


ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।


ତୁମ୍ଭେ ମୋତେ ଯେପରି ଜଗତକୁ ପ୍ରେରଣ କରିଅଛ, ମୁଁ ମଧ୍ୟ ସେମାନଙ୍କୁ ସେପରି ଜଗତକୁ ପ୍ରେରଣ କରିଅଛି।


Swiv nou:

Piblisite


Piblisite