Biblia Todo Logo
Bib sou entènèt

- Piblisite -




ମାଥିଉ 11:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯାହାଙ୍କ ବିଷୟରେ ଏହା ଲେଖାଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।

Gade chapit la Kopi

ଓଡିଆ ବାଇବେଲ

10 ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 କାରଣ ଏହି ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଯାଇଛି, ‘ଈଶ୍ୱର କହିଲେ, ତୁମ ପାଇଁ ପଥ ପ୍ରସ୍ତୁତ କରିବାକୁ ମୁଁ ପଥମେ ମୋ’ ଦୂତକୁ ପଠାଇବି’।

Gade chapit la Kopi

ପବିତ୍ର ବାଇବଲ

10 ଯୋହନଙ୍କ ବିଷୟରେ ଶାସ୍ତ୍ରରେ ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଜଣେ ଦୂତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ରାସ୍ତା ପ୍ରସ୍ତୁତ କରିବେ।’

Gade chapit la Kopi




ମାଥିଉ 11:10
10 Referans Kwoze  

“ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍‍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।


ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖାଅଛି, “ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;


ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”


ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ‘ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।’”


ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ତ୍ରୀଗର୍ଭଜାତ ସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାନ୍ତି; ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।


ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;


Swiv nou:

Piblisite


Piblisite