Biblia Todo Logo
Bib sou entènèt

- Piblisite -




ମାଥିଉ 11:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ପିଲାମାନଙ୍କ ପରି ଯେଉଁମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି? ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,

Gade chapit la Kopi

ଓଡିଆ ବାଇବେଲ

16 କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି ? ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 “ଏ ଯୁଗର ଲେଶକମାନଙ୍କୁ କାହା ସହିତ ତୁଳନା କରିବି? ସେମାନେ ବଜାର ମଝିରେ ବସି ଖେଳୁଥିବା ପିଲାମାନଙ୍କ ପରି। ଗୋଟିଏ ଦଳର ପିଲାମାନେ ଅନ୍ୟ ଦଳକୁ କହନ୍ତି,

Gade chapit la Kopi

ପବିତ୍ର ବାଇବଲ

16 “ଏହି ଲୋକମାନଙ୍କ ବିଷୟରେ ମୁଁ କ’ଣ କହିବି। ସେମାନେ କେଉଁ ପ୍ରକାରର? ସେମାନେ ବଜାରରେ ବସିଥିବା ପିଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି:

Gade chapit la Kopi




ମାଥିଉ 11:16
12 Referans Kwoze  

ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି?


ଯୀଶୁ ପୁଣି, କହିଲେ, “ଆମ୍ଭେମାନେ କାହା ସାଙ୍ଗରେ ଈଶ୍ବରଙ୍କ ରାଜ୍ୟର ତୁଳନା କରିବା? କିଅବା କେଉଁ ଦୃଷ୍ଟାନ୍ତରେ ତାହା ବୁଝାଇବା?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”


ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର? କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।


ଯାହାର କାନ ଅଛି, ସେ ଶୁଣୁ।


‘ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ, ତୁମ୍ଭେମାନେ ନାଚିଲ ନାହିଁ; ଆମ୍ଭେମାନେ ବିଳାପ କଲୁ, ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି।’


ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।


ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର,


ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ।


Swiv nou:

Piblisite


Piblisite