Biblia Todo Logo
Bib sou entènèt

- Piblisite -




ମାଥିଉ 11:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନ ସହରମାନଙ୍କରେ କରାଯାଇଥାଆନ୍ତା, ତେବେ ସେମାନେ ସମୟ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ହାୟ, ଦଣ୍ତର ପାତ୍ର କୋରାଜୀନ୍, ହାୟ, ଦଣ୍ତର ପାତ୍ର ବେଥ୍ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇ ଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ।

Gade chapit la Kopi

ଓଡିଆ ବାଇବେଲ

21 ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା, ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 “ହେ କୋରାଜିନ, କେଡ଼େ ଭୟାବହ ଦଶା ତୁମେ ଭୋଗିବ! ବେଥସାଇଦା, ତୁମର ଦଶା ମଧ୍ୟ ତଦ୍ରୁପ। ତୁମ ମଧ୍ୟରେ ଯେଉଁ ଅଲୌକିକ କାର୍ଯ୍ୟସବୁ ଯଦି ସୋର ଓ ସିଦୋନରେ କରାଯାଇଥାନ୍ତା, ସେଠିକାର ଲୋକମାନେ ଦେହରେ ପାଉଁଶ ବୋଳିହୋଇ ଅଖା ପିନ୍ଧି ଅନତାପ କରିଥାନ୍ତେ।

Gade chapit la Kopi

ପବିତ୍ର ବାଇବଲ

21 ସେ କହିଲେ, ‘‘ହାୟ କୋରାଜୀନ୍! ହାୟ ବେ‌‌‌‌‌‌ଥ୍‌‌‌‌‌‌ସାଇଦା! ତୁମ୍ଭ ଅଞ୍ଚଳରେ ଯେଉଁ ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ କରାଗଲା, ସେଗୁଡ଼ିକ ଯଦି ସୋର ଓ ସୀଦୋନରେ କରିଥାଆନ୍ତୁ, ତେବେ ବହୁ ପୂର୍ବରୁ ସେ ଲୋକମାନେ ହୃଦୟ ଓ ଜୀବନ ପରିବର୍ତ୍ତନ କରି ସାରି ଥାଆନ୍ତେ। ସେମାନେ ଅଖା ପିନ୍ଧି ଓ ଦେହରେ ପାଉଁଶ ବୋଳି ହୋଇ ତାହାଙ୍କ ପାପ ପାଇଁ ଦୁଃଖ ପ୍ରକାଶ କରି ସାରି ଥାଆନ୍ତେ।

Gade chapit la Kopi




ମାଥିଉ 11:21
31 Referans Kwoze  

ସେତେବେଳେ ହେରୋଦ ସୋର ଓ ସୀଦୋନ ଲୋକଙ୍କ ଉପରେ ଭୟଙ୍କର ଅସନ୍ତୁଷ୍ଟ ଥିଲେ, ଆଉ ସେମାନେ ଏକମତ ହୋଇ ତାହାଙ୍କ ନିକଟକୁ ଆସିଲେ ଓ ରାଜାଙ୍କ ଶୟନାଗାରର ଅଧ୍ୟକ୍ଷ ବ୍ଲାସ୍ତଙ୍କୁ ଆପଣାମାନଙ୍କ ସପକ୍ଷ କରି ଶାନ୍ତି ପ୍ରାର୍ଥନା କରିବାକୁ ଲାଗିଲେ, କାରଣ ରାଜାଙ୍କ ଦେଶରୁ ସେମାନଙ୍କ ଦେଶକୁ ଖାଦ୍ୟସାମଗ୍ରୀ ଯାଉଥିଲା।


ସେମାନେ ଗାଲିଲୀସ୍ଥ ବେଥ୍‌ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା।


ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍‌ସାଇଦା ନାମକ ନଗରକୁ ଚାଲିଗଲେ।


ସେହିକ୍ଷଣି ସେ ଆପଣା ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ବେଥ୍‌ସାଇଦା ଆଡ଼କୁ ଅପର ପାରିକୁ ଆଗରେ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ।


ଯୀଶୁ ସେହି ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।”


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।


ଫିଲିପ୍ପ ବେଥ୍‌ସାଇଦାର ଲୋକ ଥିଲେ, ତାହା ଆନ୍ଦ୍ରିୟ ଓ ପିତରଙ୍କର ନଗର ଥିଲା।


ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;


ପରେ ସେମାନେ ବେଥ୍‌ସାଇଦାକୁ ଆସିଲେ। ଆଉ ଲୋକେ ଜଣେ ଅନ୍ଧକୁ ତାହାଙ୍କ ନିକଟକୁ ଆଣି ତାହାକୁ ଛୁଇଁବା ପାଇଁ ତାହାଙ୍କୁ ବିନତି କଲେ।


ପୁନର୍ବାର ସେ ସୋର ସହରର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସହରର ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ।


ଯିରୂଶାଲମ, ଇଦୋମ, ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନ ସହରର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ।


ହାୟ, ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର; ବିଘ୍ନ ତ ନିଶ୍ଚୟ ଘଟିବ, କିନ୍ତୁ ହାୟ, ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ, ସେ ସନ୍ତାପର ପାତ୍ର।


ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।


ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।


ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ।


ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”


ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”


ଆହୁରି, ହେ ସୋର, ସୀଦୋନ ଓ ପଲେଷ୍ଟୀୟାର ସକଳ ଅଞ୍ଚଳ, ତୁମ୍ଭେମାନେ ଆମ୍ଭ ପ୍ରତି କଅଣ କରିବ? ତୁମ୍ଭେମାନେ କି ଆମ୍ଭକୁ ପ୍ରତିଫଳ ଦେବ? ଓ ତୁମ୍ଭେମାନେ ଆମ୍ଭକୁ ପ୍ରତିଫଳ ଦେଲେ, ଆମ୍ଭେ ଅବିଳମ୍ବରେ ଓ ଅତି ଶୀଘ୍ରରେ ତୁମ୍ଭମାନଙ୍କର ପ୍ରତିଫଳ ତୁମ୍ଭମାନଙ୍କର ନିଜ ମସ୍ତକରେ ବର୍ତ୍ତାଇବା।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,


ଆଉ ଆମ୍ଭେ ଆପଣା ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟବସ୍ତ୍ର ପରିଧାନ କରି ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ।


Swiv nou:

Piblisite


Piblisite