Biblia Todo Logo
Bib sou entènèt

- Piblisite -




ମାଥିଉ 11:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, “ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?

Gade chapit la Kopi

ଓଡିଆ ବାଇବେଲ

7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ ? କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଯୋହନଙ୍କ ଶିଷ୍ୟମାନେ ଫେରିଗଲାବେଳେ ଯୀଶଉ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ତୁମ୍ଭେମାନେ ଯୋହନଙ୍କୁ ଦେଖିବା ପାଇଁ ଯେତେବେଳେ ମରୁପ୍ରାନ୍ତରକୁ ଯାଇଥିଲେ, କ’ଣ ଦେଖିବାକୁ ଆଶା କରିଥଲେ? ପବନରେ ଦୋହଲୁଥିବା ଘାସ ପତ୍ର?

Gade chapit la Kopi

ପବିତ୍ର ବାଇବଲ

7 ଏ କଥା ଶୁଣି ଯୋହନଙ୍କ ଶିଷ୍ୟମାନେ ଫେରି ଯାଉଥିବା ସମୟରେ ଯୀଶୁ ସେଠାରେ ଜମା ହୋଇଥିବା ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିଲେ, “ଏ ମରୁଭୂମିକୁ କ’ଣ ଦେଖିବାକୁ ତୁମ୍ଭେ ଆସିଥିଲ? କ’ଣ ପବନରେ ଦୋହଲୁ ଥିବା କୌଣସି ନଳଗଛକୁ?

Gade chapit la Kopi




ମାଥିଉ 11:7
15 Referans Kwoze  

କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।


ସେ ଜ୍ୱଳନ୍ତ ଓ ତେଜୋମୟ ପ୍ରଦୀପ ଥିଲେ, ଆଉ ତୁମ୍ଭେମାନେ ଅଳ୍ପ କାଳ ତାହାଙ୍କ ଜ୍ୟୋତିଃରେ ଉଲ୍ଲାସ କରିବା ନିମନ୍ତେ ଇଚ୍ଛୁକ ହେଲ।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।


ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”


ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା? ସ୍ୱର୍ଗରୁ ବା ମନୁଷ୍ୟଠାରୁ?” ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଯଦି ସ୍ୱର୍ଗରୁ ବୋଲି କହିବୁ, ତାହାହେଲେ ସେ ଆମ୍ଭମାନଙ୍କୁ କହିବେ, ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ?


ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦିୟା ପ୍ରଦେଶ ପୁଣି, ଯର୍ଦ୍ଦନ ନଦୀ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ,


ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, “ତୁମ୍ଭେମାନେ କଅଣ ଖୋଜୁଅଛ?” ସେମାନେ ତାହାଙ୍କୁ ପଚାରିଲେ, ରାବ୍‌ବୀ (ଅର୍ଥାତ୍‍ ଗୁରୁ), ଆପଣ କେଉଁଠାରେ ରୁହନ୍ତି?


ତାହାହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରିଯାଇଥିଲ? କଅଣ ସୂକ୍ଷ୍ମ ବସ୍ତ୍ର ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ? ଦେଖ, ଯେଉଁମାନେ ସୂକ୍ଷ୍ମ ବସ୍ତ୍ର ପିନ୍ଧନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


Swiv nou:

Piblisite


Piblisite