Biblia Todo Logo
Bib sou entènèt

- Piblisite -




ମାଥିଉ 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?

Gade chapit la Kopi

ଓଡିଆ ବାଇବେଲ

3 ମାତ୍ର ସେ ସେମାନଙ୍କୁ କହିଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କ'ଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦିନେ ଦାଉଦ ଓ ତାଙ୍କ ଅନୁଚରମାନେ କ୍ଷୁଧାର୍ତ୍ତ ହେଲା ବେଳେ ଦାଉଦ କ’ଣ କଲେ, ତୁମ୍ଭେମାନେ ଶାସ୍ତ୍ରରେ ପଢ଼ି ନାହିଁ?

Gade chapit la Kopi

ପବିତ୍ର ବାଇବଲ

3 ଏହା ଶୁଣି ଯୀଶୁ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସାଙ୍ଗରେ ଥିବା ଲୋକେ, ଭୋକ ଲାଗିବା ବେଳେ କ’ଣ କରିଥିଲେ, ସେ ବିଷୟରେ ତୁମ୍ଭେ କ’ଣ ପଢ଼ି ନାହଁ?

Gade chapit la Kopi




ମାଥିଉ 12:3
13 Referans Kwoze  

ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?


ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;


ପୁଣି, ତାହାଙ୍କୁ ପଚାରିଲେ, ଏମାନେ କଅଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ? ଯୀଶୁ ସେମାନଙ୍କୁ କହିଲେ, “ହଁ, ‘ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ,’ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?”


ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର?


ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ବର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ?


କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?


ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ କଅଣ ଲେଖାଅଛି? ତୁମ୍ଭେ କିପରି ପାଠ କରୁଅଛ?”


ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,”


କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।


ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।


ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।


Swiv nou:

Piblisite


Piblisite