Biblia Todo Logo
Bib sou entènèt

- Piblisite -




ମାଥିଉ 13:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ବାକ୍ୟ ସକାଶେ କ୍ଳେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।

Gade chapit la Kopi

ଓଡିଆ ବାଇବେଲ

21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

21 କିନ୍ତୁ ସେ ନିଜ ଭିତରେ ଶିକ୍ଷାକୁ ଦୃଢ଼ ହେବାକୁ ଦିଏ ନାହିଁ, କେବଳ କିଛି ସମୟ ପାଇଁ ସେ ଶିକ୍ଷାକୁ ଆପଣା ହୃଦୟରେ ରଖିଥାଏ। ଯେତେବେଳେ ସୁସମାଗ୍ଭର ଯୋଗୁଁ ସେ ଦୁଃଖକଷ୍ଟ ଓ ଯାତନା ପାଏ, ସେ ତିଷ୍ଠି ପାରେ ନାହିଁ, ସେ ଖୁବ୍ ଶୀଘ୍ର ସେଗୁଡ଼ିକୁ ଛାଡ଼ିଦିଏ।

Gade chapit la Kopi




ମାଥିଉ 13:21
47 Referans Kwoze  

ଆଉ, ଯେ କେହି ମୋʼ ଠାରେ ବିଘ୍ନର କାରଣ ନ ପାଏ, ସେ ଧନ୍ୟ।”


ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ଦୁଷ୍ଟତା ଦ୍ୱାରା କୌଣସି ମନୁଷ୍ୟ ସୁସ୍ଥିର ହେବ ନାହିଁ, କିନ୍ତୁ ଧାର୍ମିକର ମୂଳ କେବେ ଘୁଞ୍ଚା ଯିବ ନାହିଁ।


ମୋʼ ଠାରେ ମୂଳକଥା ଦେଖାଯିବାରୁ ଯଦି ତୁମ୍ଭେମାନେ କୁହ, ଆମ୍ଭେମାନେ କିପରି ତାହାକୁ ତାଡ଼ନା କରିବା?


ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।


ଏସିଆ ଅଞ୍ଚଳର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।


ଯେଉଁମାନେ ବାହ୍ୟ କ୍ରିୟାକର୍ମ ଦ୍ୱାରା ସୁଖ୍ୟାତି ପାଇବାକୁ ଇଚ୍ଛା କରନ୍ତି, ସେମାନେ ତୁମ୍ଭମାନଙ୍କୁ ସୁନ୍ନତ ହେବା ପାଇଁ ବାଧ୍ୟ କରନ୍ତି; ଖ୍ରୀଷ୍ଟଙ୍କ କ୍ରୁଶ ହେତୁ ସେମାନେ ଯେପରି ତାଡ଼ନା ଭୋଗ ନ କରନ୍ତି, କେବଳ ସେଥିନିମନ୍ତେ ତାହା କରନ୍ତି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।


ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।


କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।


ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।


ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।”


କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ଦୁଷ୍ଟ ଲୋକ କୁକର୍ମକାରୀମାନଙ୍କ ଜାଲକୁ ଲୋଭ କରେ; ମାତ୍ର ଧାର୍ମିକର ମୂଳ ଫଳଦାୟକ।


ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।


କାରଣ ଦୀମା ଏହି ବର୍ତ୍ତମାନ ସଂସାରକୁ ପ୍ରେମ କରି ମୋତେ ପରିତ୍ୟାଗ କରିଅଛି ଓ ଥେସଲନୀକୀ ସହରକୁ ଯାଇଅଛି କ୍ରେସ୍‌କେନସ୍ ଗାଲାତୀୟ ଅଞ୍ଚଳକୁ ଓ ତୀତସ ଦଲ୍ମତିଆ ଅଞ୍ଚଳକୁ ଯାଇଅଛନ୍ତି।


ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।


ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


Swiv nou:

Piblisite


Piblisite