Biblia Todo Logo
Bib sou entènèt

- Piblisite -




ମାଥିଉ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ “ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ସେମାନଙ୍କୁ ଅନେକ କଥା କହିଲେ, ଦେଖ, ଜଣେ ବୁଣାଳି ବୁଣିବାକୁ ବାହାରିଲା।

Gade chapit la Kopi

ଓଡିଆ ବାଇବେଲ

3 ଆଉ, ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେ ଗଳ୍ପ ଛଳରେ ସେମାନଙ୍କୁ ଅନେକ କଥା ଶିକ୍ଷା ଦେଲେ। ସେ କହିଲେ, “ଥରେ ଜଣେ ଲୋକ ବିହନ ବୁଣିବାକୁ ବାହିରିଲା।

Gade chapit la Kopi

ପବିତ୍ର ବାଇବଲ

3 ତା'ପରେ ଯୀଶୁ ଲୋକଙ୍କୁ କାହାଣୀ ମାଧ୍ୟମରେ ଅନେକ ଉପଦେଶ ଦେଲେ। ଯୀଶୁ କହିଲେ, “ଗୋଟିଏ କୃଷକ ତା’ କ୍ଷେତରେ ବୀଜ ବୁଣିବାକୁ ଗଲା।

Gade chapit la Kopi




ମାଥିଉ 13:3
27 Referans Kwoze  

ଯୀଶୁ ପୁଣି, ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ଏହି ଦୃଷ୍ଟାନ୍ତ ବୁଝୁ ନାହଁ? ତେବେ କିପରି ସମସ୍ତ ଦୃଷ୍ଟାନ୍ତ ବୁଝିବ?


ସେ ଏହି ପ୍ରକାରେ ଅନେକ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କ ଶୁଣିବା ଶକ୍ତି ଅନୁସାରେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରୁଥିଲେ,


ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ।


ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;


ଏଥିରେ ପ୍ରଧାନ ଯାଜକ, ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଯୀଶୁଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ।


ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣା ଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।


“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି।


ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି?


ସେଥିରେ ସେ କହିଲେ, ଈଶ୍ବରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, “‘ଯେପରି ସେମାନେ ଦେଖୁ ଦେଖୁ ଦେଖିପାରିବେ ନାହିଁ ଓ ଶୁଣୁ ଶୁଣୁ ବୁଝିପାରିବେ ନାହିଁ।’”


ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।


ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ କଥାରେ ସେମାନଙ୍କୁ କହିଲେ, “ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ?


“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;


ସେମାନେ ସମସ୍ତେ କି ତାହା ବିରୁଦ୍ଧରେ ଉପମା-କଥା ଓ ପରିହାସଜନକ ପ୍ରବାଦ ଧରି କହିବେ ନାହିଁ? ଯଥା, “ପର ଧନରେ ଯେ ଆପଣାକୁ ବର୍ଦ୍ଧିଷ୍ଣୁ କରେ, ସେ ସନ୍ତାପର ପାତ୍ର! କେତେ କାଳ? ବନ୍ଧକି ଦ୍ରବ୍ୟରେ ଯେ ଆପଣାକୁ ଭାରଗ୍ରସ୍ତ କରେ, ସେ ସନ୍ତାପର ପାତ୍ର!”


ସେହି ଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, “ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରିଅଛନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରିଅଛନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦେଇଅଛନ୍ତି।”


ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟରେ ଗୋଟିଏ ପ୍ରହେଳିକା ଉତ୍ଥାପନ କର ଓ ଏକ ଦୃଷ୍ଟାନ୍ତ କଥା କୁହ;


ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ,


ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି, ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ।


Swiv nou:

Piblisite


Piblisite