Biblia Todo Logo
Bib sou entènèt

- Piblisite -




ମାଥିଉ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ।

Gade chapit la Kopi

ଓଡିଆ ବାଇବେଲ

11 ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମନୁଷ୍ୟର ମୁଖ ଦେଇ ଯାହା ତା’ ଭିତରକୁ ଯାଏ, ତାହା ତାକୁ ଅପବିତ୍ର କରେ ନାହିଁ; ବରଂ ଯାହା ତା’ ଭିତରୁ ବାହାରକୁ ଆସେ, ତାହା ତାକୁ ଅପବିତ୍ର କରେ।”

Gade chapit la Kopi

ପବିତ୍ର ବାଇବଲ

11 ମଣିଷ ମୁହଁ ଭିତରକୁ ଯାଇଥିବା ବିଷୟ ଯୋଗୁଁ ଅପବିତ୍ର ହୋଇଯାଏ ନାହିଁ ବରଂ ତା'ର ମୁଖରୁ ବାହାରୁଥିବା ବିଷୟ ଯୋଗୁଁ ସେ ଅପବିତ୍ର ହୋଇଥାଏ।”

Gade chapit la Kopi




ମାଥିଉ 15:11
26 Referans Kwoze  

ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହାକି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରିପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ।


କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


ତାହାର ମୁଖ ଅଭିଶାପ, ଛଳନା ଓ ଉପଦ୍ରବରେ ପରିପୂର୍ଣ୍ଣ; ତାହାର ଜିହ୍ୱା ତଳେ ଅନିଷ୍ଟ ଓ ଅଧର୍ମ ଥାଏ।


ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।


ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି।


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


କାରଣ ସେମାନେ ନିରର୍ଥକ ଅହଙ୍କାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।


ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ, “ଶୁଣ ଓ ବୁଝ;


ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କଅଣ ଏହା ଜାଣନ୍ତି?


ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।


Swiv nou:

Piblisite


Piblisite