Biblia Todo Logo
Bib sou entènèt

- Piblisite -




ମାଥିଉ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ‘ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ।’ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେ ଆପଣା ପିତାମାତାଙ୍କୁ ନିଶ୍ଚୟ ସମାଦର କରିବ ନାହିଁ। ଏହିରୂପେ ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରିଅଛ।

Gade chapit la Kopi

ଓଡିଆ ବାଇବେଲ

6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ । ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେ ଆଉ ତା' ପିତାମାତାଙ୍କ ଦାୟିତ୍ୱ ନେବା ଅନାବଶ୍ୟକ। ତୁମେ ଏହିପରି ଭାବରେ ଈଶ୍ୱରଙ୍କର ଆଜ୍ଞା ଅବଜ୍ଞା କରି ନିଜ ଶିକ୍ଷଶ ଅନୁସାରେ ଚାଲୁଛି।

Gade chapit la Kopi

ପବିତ୍ର ବାଇବଲ

6 ଏହିଭଳି ତୁମ୍ଭେ ସେ ଲୋକଙ୍କୁ ତା’ ପିତାମାତାଙ୍କୁ ସମ୍ମାନ ନ ଦେବା ପାଇଁ ହିଁ ଶିକ୍ଷା ଦେଉଛ। ଏହିପରି ନିଜର ପରମ୍ପରାଗତ ନୀତିନିୟମଗୁଡ଼ିକୁ ସମ୍ମାନ ଦେଇଛ ଓ ପରମେଶ୍ୱରଙ୍କ ଆଦେଶକୁ ଅବମାନନା କରୁଛ।

Gade chapit la Kopi




ମାଥିଉ 15:6
12 Referans Kwoze  

କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଏହି ରୂପେ ତୁମ୍ଭେମାନେ ସ୍ୱପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ବରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ।”


ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।


ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।


ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।


କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋʼଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାଆନ୍ତ, ସେ ସବୁ ‘ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,’


ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି,


Swiv nou:

Piblisite


Piblisite