Biblia Todo Logo
Bib sou entènèt

- Piblisite -




ମାଥିଉ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଦିନେ କେତେ ଜଣ ଫାରୁଶୀ ଓ ସାଦ୍ଦୁକୀ ଯୀଶୁଙ୍କ ଦୋଷ ଧରିବା ପାଇଁ ଫାନ୍ଦ ପାତି ତାଙ୍କ ନିକଟକୁ ଆସିଲେ। ସେମାନେ ତାଙ୍କୁ କହିଲେ, ଈଶ୍ୱର ତାଙ୍କୁ ମନୋନୀତ କରିଛନ୍ତି ବୋଲି ପ୍ରମାଣ ଦେବା ପାଇଁ ସେ ଗୋଟିଏ ଅଲୌକିକ କାର୍ଯ୍ୟ କରି ଦେଖନ୍ତୁ।

Gade chapit la Kopi

ପବିତ୍ର ବାଇବଲ

1 ଫାରୂଶୀ ଓ ସାଦ୍ଦୂକୀମାନେ ଯୀଶୁଙ୍କ ନିକଟକୁ ଆସିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ କୌଣସି ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବାକୁ କହିଲେ, କାରଣ ଯୀଶୁ ଆଶ୍ଚର୍ଯ୍ୟ କାର୍ଯ୍ୟ ଦେଖାଇବା ଫଳରେ ପ୍ରମାଣିତ ହୋଇ ପାରିବ ଯେ ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି।

Gade chapit la Kopi




ମାଥିଉ 16:1
33 Referans Kwoze  

ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।


ପିତର ଏବଂ ଯୋହନ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”


କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,


ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥିନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।


ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍‍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ୱଳିତ ହୋଇ ଉଠିଲେ


ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,


କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।


ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି?


ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,


ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।”


ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?


ତହିଁ ଆରଦିନ, ଅର୍ଥାତ୍‍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ,


“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।


ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ,


କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?”


ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ।


ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ?


ସେହି ସମୟରେ ଯିରୂଶାଲମ ସହରରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,


କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ।


ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି?”


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


ମୂର୍ଖକୁ ତାହାର ଅଜ୍ଞାନତାନୁସାରେ ଉତ୍ତର ଦିଅ, ନୋହିଲେ ସେ ଆପଣା ଦୃଷ୍ଟିରେ ଆପଣାକୁ ଜ୍ଞାନୀ ବୋଧ କରିବ।


Swiv nou:

Piblisite


Piblisite