Biblia Todo Logo
Bib sou entènèt

- Piblisite -




ମାଥିଉ 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 “ଏହି ନଗଣ୍ୟମାନଙ୍କ ମଧ୍ୟରୁ ଜଣକୁ ହେଲେ ତୁଚ୍ଛ ମନେକର ନାହିଁ। ମୁଁ ତୁମ୍ଭମାନଙ୍କୁ କହୁଛି, ଏମାନଙ୍କ ଯତ୍ନ ନେଉଥିବା ସ୍ୱର୍ଗଦୂତମାନେ ସର୍ବଦା ମୋ’ ପିତା ଈଶ୍ୱରଙ୍କ ନିକଟରେ ଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 “ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି।

Gade chapit la Kopi




ମାଥିଉ 18:10
45 Referans Kwoze  

କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।


ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?


ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି।


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।


ଆଉ, ସେ ମହାତୂରୀଧ୍ୱନୀ ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”


ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି।


ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।


କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,


ସେମାନେ ଚାଲିଯିବା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ, “ଉଠ, ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ, ପୁଣି, ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ, କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ।”


କିନ୍ତୁ ସେ ଏହା ମନସ୍ଥ କଲା ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ, “ହେ ଦାଉଦଙ୍କ ସନ୍ତାନ ଯୋଷେଫ, ତୁମ୍ଭର ଭାର୍ଯ୍ୟା ମରୀୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ, କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ବର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।


କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।


ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।


କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।


ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,


ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ।


ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।


କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।


ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।


ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।


ଯେପରି ମୁଁ ଦୁର୍ବଳମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ଦୁର୍ବଳମାନଙ୍କ ନିକଟରେ ଦୁର୍ବଳ ପରି ହେଲି; ଯେପରି ମୁଁ ଯେକୌଣସି ପ୍ରକାରେ କେତେକଙ୍କୁ ରକ୍ଷା କରିପାରେ, ଏଥିପାଇଁ ମୁଁ ସମସ୍ତଙ୍କ ନିକଟରେ ସବୁପ୍ରକାର ହୋଇଅଛି।


ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।


ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


କାରଣ କେତେକେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋʼ କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋʼ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।


ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା-ନଳ ଭାଙ୍ଗିବେ ନାହିଁ, ପୁଣି, ସଧୂମ ସଳିତା ଲିଭାଇବେ ନାହିଁ।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”


ଆଉ, [ଏହି ସମୟରେ] କର୍ଶନା, ଶେଥର, ଅଦ୍‍ମାଥା, ତର୍ଶୀଶ, ମେରସ୍‍, ମେର୍ସନା ଓ ମମୁଖନ୍‍ ରାଜାଙ୍କ ନିକଟବର୍ତ୍ତୀ ଥିଲେ; ଏହି ସାତ ଜଣ ପାରସ୍ୟ ଓ ମାଦୀୟା ଦେଶର ଅଧିପତି, ରାଜାଙ୍କ ମୁଖଦର୍ଶନକାରୀ, ପୁଣି ରାଜ୍ୟର ଶ୍ରେଷ୍ଠ ସ୍ଥାନରେ ଉପବିଷ୍ଟ ଥିଲେ)


ଅବଶାଲୋମ ଯିରୂଶାଲମରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ବାସ କଲା; ମାତ୍ର ରାଜାଙ୍କର ମୁଖ ଦେଖିଲା ନାହିଁ।


କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି।


Swiv nou:

Piblisite


Piblisite