Biblia Todo Logo
Bib sou entènèt

- Piblisite -




ମାଥିଉ 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା।

Gade chapit la Kopi

ଓଡିଆ ବାଇବେଲ

6 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 “ମୋ’ଠାରେ ବିଶ୍ୱାସ କରୁଥିବା ଏହି ଶିଶୁମାନଙ୍କ ମଧ୍ୟରୁ ଜଣକର ବିଶ୍ୱାସରେ ଯେ କେହି ବିଘ୍ନ ଘଟାଏ, ତା' ବେକରେ ଗୋଟିଏ ଚକି ପଥର ବାନ୍ଧି ତାକୁ ସମୁଦ୍ରରେ ପକାଇ ଦେବା ଶ୍ରେୟସ୍କର ହେବ।

Gade chapit la Kopi

ପବିତ୍ର ବାଇବଲ

6 “କିନ୍ତୁ ମୋ'ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ।

Gade chapit la Kopi




ମାଥିଉ 18:6
16 Referans Kwoze  

ଆଉ, ଯେ କେହି ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।


ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।


“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”


ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।


“ହେ ଖଡ୍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା।


ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”


କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”


ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;


Swiv nou:

Piblisite


Piblisite