Biblia Todo Logo
Bib sou entènèt

- Piblisite -




ମାଥିଉ 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କିନ୍ତୁ ସେ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି।

Gade chapit la Kopi

ଓଡିଆ ବାଇବେଲ

11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରି ପାରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଯୀଶୁ ଉତ୍ତର ଦେଲେ, “ଏ ଶିକ୍ଷା ସମସ୍ତଙ୍କ ପାଇଁ ଉଦ୍ଦିଷ୍ଟ ନୁହେଁ। ଈଶ୍ୱରଙ୍କ ଦ୍ୱାରା ଯେଉଁମାନଙ୍କୁ ଏହା ପ୍ରଦତ୍ତ ହୋଇଛି, କେବଳ ସେମାନେ ଏହା ଗ୍ରହଣ କରିପାରିବେ।

Gade chapit la Kopi

ପବିତ୍ର ବାଇବଲ

11 ଯୀଶୁ ଉତ୍ତର ଦେଲେ, “ବିବାହ ସମ୍ବନ୍ଧରେ ଏହି ଉପଦେଶ ପ୍ରତ୍ୟେକ ଲୋକ ଗ୍ରହଣ କରି ପାରିବେ ନାହିଁ। ଯେଉଁମାନଙ୍କୁ ପରମେଶ୍ୱର ଏହି କ୍ଷମତା ଦେଇଛନ୍ତି, କେବଳ ସେହିମାନେ ଏହି ଉପଦେଶ ଗ୍ରହଣ କରି ପାରିବେ।

Gade chapit la Kopi




ମାଥିଉ 19:11
7 Referans Kwoze  

କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।


ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।


କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।


ସେ ଉତ୍ତର ଦେଲେ, “କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇନାହିଁ।


ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ।


କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”


Swiv nou:

Piblisite


Piblisite