Biblia Todo Logo
Bib sou entènèt

- Piblisite -




ମାଥିଉ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନ; ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି?

Gade chapit la Kopi

ଓଡିଆ ବାଇବେଲ

16 ଆଉ ଦେଖ, ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଦିନେ ଜଣେ ଯୁବକ ଯୀଶୁଙ୍କ ନିକଟକୁ ଆସି ପଚାରିଲା, “ଗୁରୁ! ଅନନ୍ତ ଜୀବନ ଲାଭ କରିବା ପାଇଁ କି ସତ୍କର୍ମ କରିବାକୁ ହେବ?”

Gade chapit la Kopi

ପବିତ୍ର ବାଇବଲ

16 ଜଣେ ଲୋକ ଆସି ଯୀଶୁଙ୍କୁ ପଗ୍ଭରିଲା, “ଗୁରୁ, ଅନନ୍ତ-ଜୀବନ ଲାଭ କରିବା ପାଇଁ ମୁଁ କେଉଁ ଭଲ କାମ କରିବା ଉଚିତ୍?”

Gade chapit la Kopi




ମାଥିଉ 19:16
32 Referans Kwoze  

ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।


ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।”


ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି।


ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ।”


ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।


ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ?


ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।


ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,


ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ।


ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।


ଶିମୋନ ପିତର ତାହାଙ୍କୁ ଉତ୍ତର ଦେଲେ, ପ୍ରଭୁ, କାହା ପାଖକୁ ଯିବା? ଆପଣଙ୍କ ପାଖରେ ଅନନ୍ତ ଜୀବନର ବାକ୍ୟ ଅଛି;


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।


ତୁମ୍ଭେମାନେ ଧର୍ମଶାସ୍ତ୍ର ଅନୁସନ୍ଧାନ କରୁଅଛ, କାରଣ ସେଥିରେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛ ବୋଲି ମନେ କରୁଅଛ; ଆଉ, ସେହି ଧର୍ମଶାସ୍ତ୍ର ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି।


କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।”


“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।


ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।


ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।


ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।”


ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।


Swiv nou:

Piblisite


Piblisite