Biblia Todo Logo
Bib sou entènèt

- Piblisite -




ମାଥିଉ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେରୋଦ ରାଜାଙ୍କ ସମୟରେ ଯିହୁଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ଣପରେ, ଦେଖ, ପୂର୍ବଦେଶର କେତେକ ପଣ୍ତିତ ଯିରୂଶାଲମକୁ ଆସି କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ହେରୋଦଙ୍କ ରାଜତ୍ୱ ସମୟରେ ଇହୁଦା ପ୍ରଦେଶର ବେଥ୍ଲେହିମ ସହରରେ ଯୀଶୁ ଜନ୍ମ ଗ୍ରହଣ କଲେ। ଏହାର ଅଳ୍ପ ସମୟ ପରେ ପୂର୍ବ ଦେଶରେ କେତେଜଣ ଜ୍ୟୋତିର୍ବିଦ ଯିରୂଶାଲମକୁ ଆସି ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ

1 ହେରୋଦଙ୍କ ରାଜତ୍ୱକାଳରେ ଯିହୂଦା ରାଜ୍ୟର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ ଯୀଶୁ ଜନ୍ମ ହେଲେ। ଯୀଶୁ ଜନ୍ମ ହେବା ପରେ ପୂର୍ବ ଦେଶର କେତେକ ପଣ୍ଡିତ ଯିରୁଶାଲମକୁ ଆସିଲେ।

Gade chapit la Kopi




ମାଥିଉ 2:1
25 Referans Kwoze  

ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ-ସ୍ଥାନ ଗୌରବାନ୍ୱିତ ହେବ।


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,


କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହିତ ସହବାସ କଲେ ନାହିଁ, ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ।


ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।


ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।


ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।


ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍‌ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।


ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,


ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;


ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା।


ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।


ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ତାହାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି, ସେହି ତାରା କେଉଁ ସମୟରେ ଦେଖାଗଲା, ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ।


ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।


ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


Swiv nou:

Piblisite


Piblisite