Biblia Todo Logo
Bib sou entènèt

- Piblisite -




ମାଥିଉ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ଵାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ଵାନ କଲୁ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ, ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ସେଠାରେ ସେମାନେ ରହିଲେ। ଏସବୁ ଘଟିବା ଦ୍ୱାରା ଭାବବାଦୀଙ୍କର ଭବିଷ୍ୟବାଣୀ ସଫଳ ହେଲା। ସେ କହିଥିଲେ, “ମୋ’ ପୁତ୍ରଙ୍କୁ ମୁଁ ମିସର ଦେଶରୁ ଡ଼ାକି ନେଇ ଆସିଲି।”

Gade chapit la Kopi

ପବିତ୍ର ବାଇବଲ

15 ସେଠାରେ ଯୋଷେଫ ହେରୋଦଙ୍କ ମୃତ୍ୟୁ ପର୍ଯ୍ୟନ୍ତ ରହିଲେ। ପରମେଶ୍ୱର ତାହାଙ୍କ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ମାଧ୍ୟମରେ ଯାହା କହିଥିଲେ, ତାହା ସଫଳ କରିବା ପାଇଁ ଏସବୁ ଘଟିଲା। ପ୍ରଭୁ ପରମେଶ୍ୱର କହିଥିଲେ, “ମୁଁ ମୋର ପୁଅକୁ ମିଶରରୁ ବାହାରି ଆସିବାକୁ କହିଛି।”

Gade chapit la Kopi




ମାଥିଉ 2:15
21 Referans Kwoze  

ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ।


ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, “ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;


ପରମେଶ୍ୱର ତାହାକୁ ମିସରରୁ ବାହାର କରି ଆଣୁଅଛନ୍ତି; ତାହାର ବଳ ଅରଣାର ଷଣ୍ଢ ତୁଲ୍ୟ; ସେ ଆପଣା ବିପକ୍ଷ ଦେଶୀୟମାନଙ୍କୁ ଗ୍ରାସ କରିବ ଓ ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କରିବ ଓ ଆପଣା ବାଣ ଦ୍ୱାରା ସେମାନଙ୍କୁ ଭେଦ କରିବ।


ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।”


ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ଏସମସ୍ତ ଘଟିଲା,


ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ?”


ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା,


ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, “ସେ ନାଜରିତୀୟ ବୋଲି ଖ୍ୟାତ ହେବେ।”


ହେରୋଦଙ୍କ ମୃତ୍ୟୁ ପରେ, ଦେଖ, ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ,


ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା,


କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ।


ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।”


ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ସେଥିନିମନ୍ତେ ଏସମସ୍ତ ଘଟିଅଛି।” ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ।


ମୋହର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;


ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ,


ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ,


Swiv nou:

Piblisite


Piblisite