Biblia Todo Logo
Bib sou entènèt

- Piblisite -




ମାଥିଉ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ।

Gade chapit la Kopi

ଓଡିଆ ବାଇବେଲ

2 "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 “ଯେଉଁ ଶିଶୁ ଇହୁଦୀମାନଙ୍କର ରାଜା ହେବା ପାଇଁ ଜନ୍ମ ହୋଇଛନ୍ତି, ସେ କାହାନ୍ତି? ପୂର୍ବାକାଶରେ ତାଙ୍କ ନକ୍ଷତ୍ର ଦେଖି ତାଙ୍କୁ ପୂଜା କରିବା ପାଇଁ ଆମେ ଆସିଛୁ।”

Gade chapit la Kopi

ପବିତ୍ର ବାଇବଲ

2 ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।”

Gade chapit la Kopi




ମାଥିଉ 2:2
28 Referans Kwoze  

ମୁଁ ତାହାଙ୍କୁ ଦେଖୁଅଛି, ମାତ୍ର ସେ ବର୍ତ୍ତମାନ ନୁହନ୍ତି; ମୁଁ ତାହାଙ୍କର ଦର୍ଶନ ପାଉଅଛି, ମାତ୍ର ସେ ନିକଟବର୍ତ୍ତୀ ନୁହନ୍ତି; ଯାକୁବଠାରୁ ଏକ ତାରା ଉଦିତ ହେବ ଓ ଇସ୍ରାଏଲଠାରୁ ଏକ ରାଜଦଣ୍ଡ ଉତ୍ଥିତ ହେବ, ତାହା ମୋୟାବର ପାର୍ଶ୍ୱ ଭେଦ କରିବ ଓ ଶେଥର ସମସ୍ତ ସନ୍ତାନକୁ ଚୂର୍ଣ୍ଣ କରିବ।


ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ-ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


ପୁଣି, ଅନ୍ୟ ଦେଶୀୟମାନେ ତୁମ୍ଭର ଦୀପ୍ତି ନିକଟକୁ ଓ ରାଜାଗଣ ତୁମ୍ଭ ଅରୁଣୋଦୟର ଆଲୁଅ ନିକଟକୁ ଆସିବେ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।”


ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, “ଈଶ୍ବରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।”


ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, “ଏ ଯିହୁଦୀମାନଙ୍କର ରାଜା।”


ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାହାଙ୍କୁ ଉତ୍ତର ଦେଲେ, “ଆପଣ କହୁଅଛନ୍ତି।”


“ମାତ୍ର ମୁଁ ଆପଣା ରାଜାଙ୍କୁ ଆପଣା ପବିତ୍ର ପର୍ବତ ସିୟୋନରେ ସ୍ଥାପନ କରିଅଛି।”


ଯେ ପୁତ୍ରଙ୍କୁ ସମାଦର କରେ ନାହିଁ, ସେ ତାହାଙ୍କର ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସମାଦର କରେ ନାହିଁ।


ନିଥନିୟେଲ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ ଆପଣ ଈଶ୍ବରଙ୍କ ପୁତ୍ର, ଆପଣ ଇସ୍ରାଏଲର ରାଜା।


ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।


କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।


ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।


ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।


ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା।


ଖଜୁରୀ ବାହୁଙ୍ଗା ଘେନି ତାହାଙ୍କୁ ଭେଟିବା ନିମନ୍ତେ ବାହାରିଗଲେ ଓ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, “ହୋଶାନ୍ନା।” “ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ; ଧନ୍ୟ ଇସ୍ରାଏଲର ରାଜା।”


ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ, ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କ ରାଜା? ଯୀଶୁ କହିଲେ, “ଆପଣ କହୁଅଛନ୍ତି।”


ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର।


ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।


ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;


Swiv nou:

Piblisite


Piblisite