Biblia Todo Logo
Bib sou entènèt

- Piblisite -




ମାଥିଉ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏହା ଶୁଣି ହେରୋଦ ରାଜା ଓ ତାଙ୍କ ସହିତ ସମୁଦାୟ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ;

Gade chapit la Kopi

ଓଡିଆ ବାଇବେଲ

3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେମାନଙ୍କର ଏହି କଥା ଶୁଣି ରାଜା ହେରୋଦ ଓ ଯିରୂଶାଲମର ସର୍ବସାଧାରଣ ବଡ଼ ବିଚଳିତ ହୋଇ ପଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

3 ରାଜା ହେରୋଦ ଯିହୂଦୀମାନଙ୍କର ଏହି ନୂଆ ରାଜାଙ୍କ କଥା ଶୁଣିଲେ, ସେଥିପାଇଁ ସେ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ହେଲେ। ଯିରୁଶାଲମର ସବୁ ଲୋକ ମଧ୍ୟ ଚିନ୍ତିତ ହୋଇ ପଡ଼ିଲେ।

Gade chapit la Kopi




ମାଥିଉ 2:3
14 Referans Kwoze  

“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ।


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?


ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ।


“ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।”


ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।


ଆଉ, ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ; ସାବଧାନ, ବ୍ୟାକୁଳ ହୁଅ ନାହିଁ। କାରଣ ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ।


ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।


ପୁଣି ଏଥିସକାଶୁ ଅରାମୀୟ ରାଜାର ହୃଦୟ ଅତି ବ୍ୟସ୍ତ ହେଲା; ଏଣୁ ସେ ଆପଣା ଦାସମାନଙ୍କୁ ଡାକି ସେମାନଙ୍କୁ କହିଲା, “ଆମ୍ଭମାନଙ୍କ ମଧ୍ୟରୁ କିଏ ଇସ୍ରାଏଲ ରାଜାର ସପକ୍ଷ, ଏହା କʼଣ ତୁମ୍ଭେମାନେ ମୋତେ ଜଣାଇବ ନାହିଁ।”


Swiv nou:

Piblisite


Piblisite