Biblia Todo Logo
Bib sou entènèt

- Piblisite -




ମାଥିଉ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ହେରୋଦ ପ୍ରଧାନ ଯାଜକ ଓ ଧର୍ମଗୁରୁମାନଙ୍କୁ ଡ଼କାଇ ସେମାନଙ୍କୁ ପଚାରିଲେ, “ମସୀହ କେଉଁଠାରେ ଜନ୍ମ ହେବେ?”

Gade chapit la Kopi

ପବିତ୍ର ବାଇବଲ

4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ?

Gade chapit la Kopi




ମାଥିଉ 2:4
30 Referans Kwoze  

ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି।


ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା?


କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।


ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂଶାଲମ ସହରରେ ଏକତ୍ରିତ ହେଲେ;


ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା।


ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,


ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ଗୁରୁ ହୋଇ ସୁଦ୍ଧା କଅଣ ଏହିସବୁ ବୁଝୁ ନାହଁ?


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।


ସକାଳ ହୁଅନ୍ତେ, ସମସ୍ତ ପ୍ରଧାନ ଯାଜକମାନେ ପୁଣି, ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ,


ସେ କଥା କହୁଥିବା ସମୟରେ, ଦେଖ, ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ୍ଗ ଓ ଯଷ୍ଟି ଧରି ଆସିଲେ।


ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ,


କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟକର୍ମଗୁଡ଼ିକୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦଙ୍କ ସନ୍ତାନ ବୋଲି ଉଚ୍ଚସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ,


ସେଥିରେ ସେ ସେମାନଙ୍କୁ କହିଲେ, “ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।”


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।


ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।


ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।


ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।


ତହିଁରେ ହିଲ୍‍କୀୟ ଶାଫନ୍‍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦେଲା।


ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।


ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍‌ବିଗ୍ନ ହେଲେ;


ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,


Swiv nou:

Piblisite


Piblisite