Biblia Todo Logo
Bib sou entènèt

- Piblisite -




ମାଥିଉ 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ତାହାଙ୍କୁ କହିଲେ, ଯିହୂଦିୟା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖାଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ତାଙ୍କୁ କହିଲେ, ଯିହୁଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ଵାରା ଏପରି ଲେଖାଅଛି,

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ତାହାଙ୍କୁ କହିଲେ, "ଯିହୂଦା ପ୍ରଦେଶର ବେଥଲିହିମରେ, କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଉତ୍ତର ଦେଲେ, “ଇହୁଦା ପ୍ରଦେଶର ବେଥ୍ଲେହିମରେ। ଏ ବିଷୟରେ ଜଣେ ଭାବବାଦୀ ଲେଖିଛନ୍ତି,

Gade chapit la Kopi

ପବିତ୍ର ବାଇବଲ

5 ସେମାନେ କହିଲେ, “ଯିହୂଦା ପ୍ରଦେଶର ବେ‌‌‌‌‌‌ଥ୍‌‌‌‌‌‌ଲେହିମ ନଗରରେ। ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତାଙ୍କ ଶାସ୍ତ୍ରରେ ଏସମ୍ପର୍କରେ ଲେଖିଛନ୍ତି:

Gade chapit la Kopi




ମାଥିଉ 2:5
11 Referans Kwoze  

ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?


ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।


ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”


ଆଉ ଦେଖ, ବୋୟଜ ବେଥଲିହିମଠାରୁ ଆସି ଶସ୍ୟକଟାଳିମାନଙ୍କୁ କହିଲା, “ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଥାଉନ୍ତୁ,” ସେମାନେ ଉତ୍ତର କଲେ, “ସଦାପ୍ରଭୁ ଆପଣଙ୍କୁ ଆଶୀର୍ବାଦ କରନ୍ତୁ।”


ତହିଁରେ ନଗରଦ୍ୱାରବର୍ତ୍ତୀ ସମସ୍ତ ଲୋକ ଓ ପ୍ରାଚୀନଗଣ କହିଲେ, “ଆମ୍ଭେମାନେ ସାକ୍ଷୀ ହେଲୁ, ସଦାପ୍ରଭୁ ଇସ୍ରାଏଲ ବଂଶର ବୃଦ୍ଧିକାରିଣୀ ରାହେଲ ଓ ଲେୟା, ଦୁଇ ସ୍ତ୍ରୀର ତୁଲ୍ୟ ତୁମ୍ଭ ଗୃହକୁ ଆଗତା ଏହି ସ୍ତ୍ରୀକୁ କରନ୍ତୁ; ଆଉ, ତୁମ୍ଭେ ଇଫ୍ରାଥାରେ ବିକ୍ରମଶାଳୀ ହୁଅ ଓ ବେଥଲିହିମରେ ତୁମ୍ଭର ବିଖ୍ୟାତ ହେଉ।


ଏଣୁ ସେ ଦୁଇ ଜଣ ଯାଉ ଯାଉ ବେଥଲିହିମରେ ଉପସ୍ଥିତ ହେଲେ। ପୁଣି ଯେତେବେଳେ ସେମାନେ ବେଥଲିହିମରେ ଉପସ୍ଥିତ ହେଲେ, ସେତେବେଳେ ସେମାନଙ୍କ ବିଷୟରେ ନଗରଯାକ ଜନରବ ହୁଅନ୍ତେ, ସ୍ତ୍ରୀଲୋକମାନେ କହିଲେ, “ଏ କି ନୟମୀ?”


ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।


ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


Swiv nou:

Piblisite


Piblisite