Biblia Todo Logo
Bib sou entènèt

- Piblisite -




ମାଥିଉ 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 “ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଗୋ ଯିହୁଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୁଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଉତ୍ପନ୍ନ ହେବେ।

Gade chapit la Kopi

ଓଡିଆ ବାଇବେଲ

6 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'"

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ଇହୁଦାଦେଶର ବେଥ୍ଲେହିମ! ଇହୁଦାର ପ୍ରଧାନ ସହରମାନଙ୍କ ମଧ୍ୟରେ ତୁମେ ନିକୃଷ୍ଟ ନୁହଁ, କାରଣ ମୋର ଇଶ୍ରାୟେଲୀୟ ଲୋକମାନଙ୍କୁ ବଳାଇବା ନିମନ୍ତେ ତୁମଠାରୁ ଜଣେ ନେତା ଉତ୍ପନ୍ନ ହେବେ।”

Gade chapit la Kopi

ପବିତ୍ର ବାଇବଲ

6 ‘ହେ ଯିହୂଦା ପ୍ରଦେଶର ବେ‌‌‌‌‌‌ଥ୍‌‌‌‌‌‌ଲେହିମ! ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ, ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’”

Gade chapit la Kopi




ମାଥିଉ 2:6
24 Referans Kwoze  

ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?


ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡ ଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ; ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, “ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।”


ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।


ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।


ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,


ଅତୀତରେ ଶାଉଲ ଆମ୍ଭମାନଙ୍କ ଉପରେ ରାଜା ଥିବା ସମୟରେ ତୁମ୍ଭେ ଇସ୍ରାଏଲର ସେନାକୁ ନେତୃତ୍ଵ ଦେଉଥିଲ; ପୁଣି ସଦାପ୍ରଭୁ ତୁମ୍ଭକୁ କହିଅଛନ୍ତି, ‘ତୁମ୍ଭେ ଆମ୍ଭ ଇସ୍ରାଏଲ ଲୋକଙ୍କୁ ପାଳନ କରିବ ଓ ତୁମ୍ଭେ ଇସ୍ରାଏଲର ଅଗ୍ରଣୀ ହେବ।’”


ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।


ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;


କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;


ପୁଣି, ଯାକୁବଠାରୁ ଉତ୍ପନ୍ନ ଏକ ଜଣ କର୍ତ୍ତୃତ୍ୱ କରିବେ ଓ ଅବଶିଷ୍ଟ ଲୋକମାନଙ୍କୁ ନଗରରୁ ବିନଷ୍ଟ କରିବେ।”


ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”


ବେଥଲିହିମର ସନ୍ତାନ ଏକ ଶହ ତେଇଶ ଜଣ।


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”


ସଲ୍ମା ବେଥଲିହିମର ପିତା, ହାରେଫ୍‍ ବେଥ୍-ଗାଦରର ପିତା;


Swiv nou:

Piblisite


Piblisite