Biblia Todo Logo
Bib sou entènèt

- Piblisite -




ମାଥିଉ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁନଶ୍ଚ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେମାନେ ଯାଇ କାମରେ ଲାଗିଲେ। ଦିନ ବାରଟା ଓ ତିନିଟାବେଳେ ଠିକ୍ ସେହିପରି ଆଉ କେତେ ମୂଲିଆଙ୍କୁ ଆଣି କାମରେ ଲଗାଇଲା।

Gade chapit la Kopi

ପବିତ୍ର ବାଇବଲ

5 ତେଣୁ ସେମାନେ ମଧ୍ୟ ଦ୍ରାକ୍ଷାବଗିଗ୍ଭକୁ କାମ କରିବାକୁ ଗଲେ। “ପୁଣି ପ୍ରାୟ ବାରଟା ବେଳେ ଓ ଆଉଥରେ ପ୍ରାୟ ତିନିଟା ବେଳେ ସେ ଘରୁ ଯାଇ ପୂର୍ବଭଳି ଆଉ କେତେକ ଶ୍ରମିକଙ୍କୁ ଆଣିଲେ।

Gade chapit la Kopi




ମାଥିଉ 20:5
15 Referans Kwoze  

ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,


ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟ ରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ବରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ।


ଦିନେ ପ୍ରାର୍ଥନାର ନିର୍ଦ୍ଧିଷ୍ଟ ସମୟରେ, ଅର୍ଥାତ୍‍ ଅପରାହ୍ନ ତିନି ଘଣ୍ଟା ବେଳେ ପିତର ଓ ଯୋହନ ମନ୍ଦିରକୁ ଯାଉଥିଲେ।


ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ;


ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା।


ସେ ସେମାନଙ୍କୁ କହିଲେ, “ଆସ, ଦେଖିବ।” ସେଥିରେ ସେମାନେ ଯାଇ ତାହାଙ୍କ ବସା ଦେଖିଲେ, ପୁଣି, ସେହି ଦିନ ତାହାଙ୍କ ସାଙ୍ଗରେ ରହିଲେ; କାରଣ ସେତେବେଳେ ପ୍ରାୟ ସନ୍ଧ୍ୟା ଚାରି ଘଣ୍ଟା ହୋଇଥିଲା।


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।


ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’


Swiv nou:

Piblisite


Piblisite