Biblia Todo Logo
Bib sou entènèt

- Piblisite -




ମାଥିଉ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

1 ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍‌ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯୀଶୁ ଓ ତାଙ୍କ ଶିଷ୍ୟମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବେଥ୍ଫାଗୀ ଗ୍ରାମଠାରୁ ଅଳ୍ପ ଦୂରରେ ଥିବା ଜୀତ ପର୍ବତରେ ପହଞ୍ଚିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଯିରୁଶାଲମ ପାଖାପାଖି ଆସି ଯାଇଥିଲେ। ସେମାନେ ପ୍ରଥମେ ଜୀତପର୍ବତ ପାଖ ବୈ‌‌‌‌‌‌ଥ୍‌‌‌‌‌‌ଫାଗୀଠାରେ ଅଟକିଲେ।

Gade chapit la Kopi




ମାଥିଉ 21:1
13 Referans Kwoze  

ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।


କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ।


ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ପୁଣି, ପ୍ରତି ରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ।


ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।


ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।


ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମ ସହରକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।


ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।


ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।


ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ।


“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।


ପରେ ସେ ଜୀତପର୍ବତ ଉପରେ ମନ୍ଦିର ସମ୍ମୁଖରେ ବସନ୍ତେ ପିତର, ଯାକୁବ, ଯୋହନ ଓ ଆନ୍ଦ୍ରିୟ ତାହାଙ୍କୁ ଗୋପନରେ ପଚାରିବାକୁ ଲାଗିଲେ, ଏସବୁ କେବେ ଘଟିବ,


Swiv nou:

Piblisite


Piblisite