Biblia Todo Logo
Bib sou entènèt

- Piblisite -




ମାଥିଉ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ବନ୍ଧୁ, ତୁମ୍ଭେ ବିବାହ-ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ବନ୍ଧୁ, ତୁମ୍ଭେ ବିବାହ ବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା।

Gade chapit la Kopi

ଓଡିଆ ବାଇବେଲ

12 ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ? ମାତ୍ର ସେ ନିରୁତ୍ତର ହୋଇ ରହିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ରାଜା ତାକୁ ପଚାରିଲେ, ‘ବନ୍ଧୁ, ବାହାଘର ପୋଷାକ ନ ପିନ୍ଧି ଏଠାକୁ ଆସିଲ କିପରି?’ ଲୋକଟି ନିରୁତ୍ତର ରହିଲା।

Gade chapit la Kopi

ପବିତ୍ର ବାଇବଲ

12 ରାଜା ତାହାଙ୍କୁ ପଗ୍ଭରିଲେ, ‘ବନ୍ଧୁ, ତୁମ୍ଭେ ବିବାହ ପୋଷାକ ନ ପିନ୍ଧି ଓ ଭିତରକୁ କେମିତି ଆସିଲ?’ କିନ୍ତୁ ଲୋକଟି କିଛି କହିଲା ନାହିଁ।

Gade chapit la Kopi




ମାଥିଉ 22:12
13 Referans Kwoze  

ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।


କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ, ‘ଭାଇ, ତୋʼ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ; ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ?


ଏହେତୁ ଦରିଦ୍ର ଭରସା ପାଏ ଓ ଅଧର୍ମ ନିଜ ମୁଖ ବନ୍ଦ କରେ।


ସେ ଆପଣା ଧାର୍ମିକ ଲୋକମାନଙ୍କର ଚରଣ ରକ୍ଷା କରିବେ; ମାତ୍ର ଦୁଷ୍ଟମାନେ ଅନ୍ଧକାରରେ ନୀରବ କରାଯିବେ; ଯେହେତୁ କୌଣସି ମନୁଷ୍ୟ ବଳରେ ଜୟୀ ହୋଇ ପାରିବ ନାହିଁ।


ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହା ତ ତୁମ୍ଭେ ଜାଣ।


କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ବନ୍ଧୁ, ଯାହା କରିବା ନିମନ୍ତେ ଆସିଅଛ, ତାହା କର।” ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ।


ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍‍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


‘ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି’ ତୁମ୍ଭେ କିପରି କହିପାର? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


ସରଳ ଲୋକମାନେ ତାହା ଦେଖି ଆନନ୍ଦିତ ହେବେ; ପୁଣି, ସବୁ ଅଧର୍ମ ଆପଣା ମୁଖ ବନ୍ଦ କରିବ।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;


କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।


Swiv nou:

Piblisite


Piblisite